Budh Gochar 2025: ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଗ୍ରହମାନଙ୍କର ରାଜକୁମାର ବୁଧଙ୍କୁ ବୁଦ୍ଧି, ଯୋଗାଯୋଗ ଓ ବ୍ୟବସାୟର କାରକ ବୋଲି ବିବେଚନା କରାଯାଏ। ଏହି କ୍ରମରେ ବୁଧ ଅଗଷ୍ଟ ୧୧ ତାରିଖ ଦିନ ୧୨ଟା ୫୯ ମିନିଟ୍ ସମୟରେ କର୍କଟ ରାଶିକୁ ଚଳନ କରିବେ। ବୁଧଙ୍କ ଏହି ଶୁଭ ଚଳନ କିଛି ରାଶିଙ୍କ ପାଇଁ ବରଦାନ ପାଲଟିବ। ଯଦି, ଜାତକରେ ବୁଧଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଅମାପ ଧନ ଐଶ୍ବର୍ଯ୍ୟର ଅଧିକାରୀ ହୋଇଥାଏ। ତେବେ, ଆସନ୍ତୁ ଜାଣିବା ଅଗଷ୍ଟ ୧୧ ରୁ କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।...
ବୃଷ:- ବୁଧଙ୍କ ଚଳନ ଏହି ରାଶିକୁ ମାଲାମାଲ୍ କରାଇବ। ବିଶେଷକରି, ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ। ବରିଷ୍ଠ ଅଧିକାରୀଙ୍କ ପ୍ରିୟପାତ୍ର ହେବେ। ଯେଉଁମାନେ ଦିର୍ଘ ଦିନ ଧରି ଚାକିରି ବଦଳାଇବାକୁ ଚେଷ୍ଟା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଶୁଭ ରହିବ। ଚେଷ୍ଟା ଜାରି ରଖନ୍ତୁ, ସଫଳତା ପାଇବେ। ବ୍ୟବସାୟୀଙ୍କ ପାଇଁ ମଧ୍ୟ ସମୟ ଅନୁକୂଳ ରହିବ। ଏହି ସମୟରେ ନୂଆ ବ୍ୟବସାୟ ଆରମ୍ଭ କଲେ ମୋଟା ଅଙ୍କର ଲାଭ ପାଇବେ। ପରିବାର ସହ ଧାର୍ମିକ ଯାତ୍ରା କରିବେ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ଭାଇ -ଭଉଣୀଙ୍କ ସହ ହୋଇଥିବା ମନୋ ମାଳିନ୍ୟ ଦୂର ହେବ।ପ୍ରେମୀମାନେ ନିଜ ସାଥୀଙ୍କ ସହ କ୍ବାଲିଟି ଟାଇମ୍ ଅତିବାହିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ALSO READ: Odisha Weather Report: ଅବପାତର ରୂପ ନେଲା ଲଘୁଚାପ, ପ୍ରଭାବର ଏହିସବୁ ଜିଲ୍ଲାରେ ହେବ ଭୀଷଣରୁ ଅତି ଭୀଷଣ ବର୍ଷା
କର୍କଟ:- ବୁଧଙ୍କ ଚଳନ ଏହି ରାଶିକୁ ମାଲାମାଲ୍ କରିବ। କର୍ମକ୍ଷେତ୍ରରୁ ଶୁଭଫଳ ପାଇବେ। କର୍ମକ୍ଷେତ୍ରରୁ ପଦୋନ୍ନତି ମିଳିବା ସହ ଦରମା ବଢିବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କୁ କୌଣସି ଏକ ଭଲ କମ୍ପାନୀରୁ ଚାକିରି ନେଇ ଅଫର ମିଳିବ। ବ୍ୟବସାୟୀମାନେ ବଡ଼ ଡିଲ୍ ଫାଇନାଲ୍ କରିବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ମିଳିବ। ନୂଆ ଘର ଓ ଗାଡ଼ି କିଣିବାର ସ୍ବପ୍ନ ସାକାର ହେବ। ପୁରୁଣା ନିବେଶରୁ ଲାଭ ପାଇବେ।ପରିବାର ସହ ହୋଇଥିବା କଳହର ସମାଧାନ ହେବ। ବନ୍ଧୁମାନଙ୍କ ସହଯୋଗରେ କୌଣସି ଏକ ଅଧୁରା କାର୍ଯ୍ୟକୁ ପୂରା କରିବେ। ପ୍ରେମୀମାନଙ୍କ ପାଇଁ ସମୟ ଖାସ୍ ରହିବ। ଏହି ସମୟରେ ନିଜ ସାଥୀଙ୍କ ଠାରୁ ଦାମୀ ଉପହାର ପାଇପାରନ୍ତି।
କନ୍ୟା:- କନ୍ୟା ରାଶିର ଗ୍ରହ ଅଧିପତି ହେଉଛନ୍ତି ବୁଧ। ତେଣୁ ବୁଧଙ୍କ ଚଳନ ଏହି ରାଶିଙ୍କ ଭାଗ୍ୟ ଉଦୟ କରିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ହୋଇଥିବା ମନୋମାଳିନ୍ୟ ଦୂର ହେବ। ବିଦେଶରେ ବ୍ୟବସାୟ ବିସ୍ତାର କରିବା ପାଇଁ ସମୟ ଅନୁକୂଳ ରହିଛି। ଏହି ସମୟରେ ବିଦେଶରେ ବ୍ୟବସାୟ ଆରମ୍ଭ କଲେ ଅଧିକ ଟଙ୍କା ଆରମ୍ଭ କଲେ ଅଧିକ ଟଙ୍କା ରୋଜଗାର କରିବେ। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସକ୍ଷମ ହେବେ। ଆର୍ଥିକ ସ୍ଥିତି ଭଲ ରହିବ। ଯେଉଁମାନେ ଟଙ୍କା ବିନିଯୋଗ କରିବା ପାଇଁ ଯୋଜନା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଖାସ୍ ରହିବ। ଏହି ସମୟରେ ଜଣେ ବିଶେଷଜ୍ଞଙ୍କ ମତ ନେଇ ବିନିଯୋଗ କଲେ ଭଲ ରିଟର୍ଣ୍ଣ ପାଇବେ। କପଡା,ସୁନା ଗହଣା ଓ ରିୟଲି-ଇଷ୍ଟେଟ୍ ବ୍ୟବସାୟୀମାନେ ବିଶେଷ ଭାବରେ ଲାଭବାନ୍ ହେବେ। ପୁରୁଣା ରୋଗରୁ ମୁକ୍ତି ମିଳିବ। ପିତାମାତାଙ୍କ ସ୍ବାସ୍ଥ୍ୟ ଭଲ ରହିବ।
ବିଛା:- ବୁଧଙ୍କ ଚଳନ ଏହି ରାଶିଙ୍କ ଭାଗ୍ୟ ଫିଟାଇବ। ବିଶେଷକରି, ଆର୍ଥିକ ସ୍ଥିତି ମଜବୁତ୍ ରହିବ। ପ୍ରତ୍ୟକ କାର୍ଯ୍ୟରେ ଭାଗ୍ୟ ଆପଣଙ୍କ ସାଥ୍ ଦେବ। ବିଦେଶ ଯାତ୍ରାର ଆଶା ପୂରା ହେବ। କର୍ମକ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ପ୍ରିୟପାତ୍ର ହେବେ। କର୍ମକ୍ଷେତ୍ରରୁ ବଡ଼ ଦାୟିତ୍ବ ମିଳିବ। ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ। ବାକି ପଡିଥିବା ଟଙ୍କା ପାଇବେ। ଯେଉଁମାନେ ବିଦେଶରେ ପାଠ ପଢିବା ପାଇଁ ଇଚ୍ଚା ପ୍ରକାଶ କରିଛନ୍ତି। ସେମାନଙ୍କ ସ୍ବପ୍ନ ପୂରଣ ହେବ। ଆଣିଥିବା ଋଣକୁ ସୁଝିବାରେ ସକ୍ଷମ ହେବେ। ଲଟେରୀରୁ ଲାଭବାନ୍ ହେବେ। ସମାଜରେ ମାନ-ସମ୍ମାନ ବୃଦ୍ଧି ପାଇବ। ପ୍ରେମ ବିବାହରେ ଆସୁଥିବା ପ୍ରତିବନ୍ଧକ ଦୂର ହେବ। ନିଜ ସାଥୀଙ୍କ ସହ କ୍ବାଲିଟି ଟାଇମ୍ ଅତିବାହିତ କରିବେ। ପୁରୁଣା ରୋଗରୁ ମୁକ୍ତି ମିଳିବ।
ମୀନ:-ବୁଧଙ୍କ ଚଳନ ଏହି ରାଶିଙ୍କ ଭାଗ୍ୟ ଚମକାଇବ। ଉଭୟ ବ୍ୟବସାୟୀ ଓ ଚାକିରିଆଙ୍କ ପାଇଁ ସମୟ ଶୁଭ ରହିବ। ନିଜ ଶତ୍ରୃଙ୍କ ଉପରେ ବିଜୟ ଲାଭ କରିବେ। କଳା, ସାହିତ୍ୟ, ଡାକ୍ତରୀ, ସାମ୍ବାଦିକତା ଓ ବିଜ୍ଞାନ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିମାନେ କୌଣସି ସଭା ସମିତିରେ ସମ୍ମାନୀତ ହେବ। ବ୍ୟବସାୟରେ ଅଗ୍ରଗତି କରିବେ। ଜମି କିମ୍ବା ଘର କିଣିବାର ଆଶା ପୂରା ହେବ। ସରକାରୀ କର୍ମଚାରୀଙ୍କ ପାଇଁ ସମୟ ଖାସ୍ ରହିବ। ପଦୋନ୍ନତି ମିଳିବା ସହ ମନ ପସନ୍ଦର ସ୍ଥାନକୁ ବଦଳି ହେବ। ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଆଶାୟୀଙ୍କ ଆଶା ପୂରା ହେବ। ସ୍ବାସ୍ଥ୍ୟ ଭଲ ରହିବ। ପରିବାରରେ ହସ-ଖୁସିର ମାହୋଲ୍ ଦେଖିବାକୁ ମିଳିବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)
ट्रेन्डिंग फोटोज़