Advertisement
Photo Details/zeeodisha/odisha2703859
photoDetails0hindi

Budh Uday 2025: ମୀନରେ ଉଦୟ ହେବେ ବୁଧ, ଫିଟିବ ଏହିସବୁ ରାଶିଙ୍କ ଭାଗ୍ୟ, ମାଲାମାଲ୍ ହେବା ସହ...

Budh Uday 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଗ୍ରହମାନଙ୍କର ରାଜକୁମାର ବୁଧଙ୍କୁ ବ୍ୟବସାୟ, ବୁଦ୍ଧି , ଅର୍ଥ, ବକ୍ତବ୍ୟ ଓ ଯୋଗାଯୋଗର କାରକ ବୋଲି ବିବେଚନା କରାଯାଏ। ଏହି କ୍ରମରେ ଏପ୍ରିଲ୍ ୮ ତାରିଖ ସକାଳ ୬ଟା ୪୦ ମିନିଟ୍ ସମୟରେ ବୁଧ ମୀନ ରାଶିରେ ଉଦୟ ହେବାକୁ ଯାଉଛନ୍ତି। ବୁଧଙ୍କ ଉଦୟ କିଛି ରାଶି ପାଇଁ ବେଶ୍ ଶୁଭଫଳ ପ୍ରଦାନ କରିବ। ଯଦି ଜାତକରେ ବୁଧଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜୀବନରେ ଅଗ୍ରଗତି କରିବା ସହିତ ବାଣିଜ୍ୟ-ବ୍ୟବସାୟରେ ଉନ୍ନତି କରିଥାଏ। ତେବେ, ଆସନ୍ତୁ ଜାଣିବା ବୁଧଙ୍କ ଚଳନ କେଉଁ ସବୁ ରାଶିଙ୍କ ଭାଗ୍ୟ ଉଦୟ କରିବାକୁ ଯାଉଛନ୍ତି।....

1/5

ବୃଷ: ବୁଧଙ୍କ ଉଦୟ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଦିର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ଅନ୍ତ ଘଟିବ। ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ। ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ସମୟ ଶୁଭ ରହିଛି। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସଫଳ ହେବେ। ଆୟ ବୃଦ୍ଧି ହେବା ସହ ବ୍ୟାଙ୍କ୍ ବାଲାନ୍ସ ବଢିବ। କମ୍ପିଟେଟିଭ୍ ଏକଜାମ୍ ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଶୁଭ ରହିବ। ଏହି ସମୟରେ ଭଲ ଭଲ ରେଜକ୍ଟ ପାଇବେ। ପ୍ରେୀମୀ ମାନଙ୍କ ପାଇଁ ସମୟ ଖାସ୍ ରହିବ। ସାଥୀଙ୍କ ସହ ରୋମାଣ୍ଟିକ୍ ଡେଟ୍ ରେ ଯିବେ। 

ALSO READ:  Today Horoscope: ଆଜି ଏହି ରାଶିମାନଙ୍କ ପାଇଁ ଦିନଟି ରହିବ ଶୁଭ, ଏମାନେ ରୁହନ୍ତୁ ସତର୍କ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?

ALSO READ: Weather Update: ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ, ୫୦ କିମି ବେଗରେ ବହିବ ପବନ

2/5

କର୍କଟ: ବୁଧଙ୍କ ଉଦୟ ଏହି ରାଶି ପାଇଁ ବେଶ୍ ଶୁଭଦାୟୀ ରହିବ। ପରିବାର ସଦସ୍ୟଙ୍କ ସହ ହୋଇଥିବା ମନୋମାଳିନ୍ୟ ଦୂର ହେବ। ସମ୍ପର୍କରେ ମଧୁରତା ଭରିବ। ବ୍ୟବସାୟୀ ମାନଙ୍କ ପାଇଁ ସମୟ ଖାସ୍ ରହିବ। ବ୍ୟବସାୟରେ ନୂଆ ଯୋଜନାକୁ କାର୍ଯ୍ୟକାରୀ କରି ଅଧିକ ଟଙ୍କା ଲାଭ ପାଇବେ। ଋଣ ଆଣିଥିବା ଟଙ୍କାକୁ ସୁଝିବାରେ ସକ୍ଷମ ହେବେ। ସରକାରୀ ଚାକିରି ପାଇଁ ସ୍ବପ୍ନ ଦେଖୁଥିବା ଆଶାୟୀଙ୍କ ପାଇଁ ସମୟ ଖାସ୍ ରହିଛି। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ପ୍ରେମୀ ମାନଙ୍କ ପାଇଁ ସମୟ ଖାସ୍ ରହିବ। 

 

3/5

ସିଂହ: ବୁଧଙ୍କ ଉଦୟ ଏହି ରାଶିଙ୍କୁ ମାଲାମାଲ୍ କରିବ। ଦିର୍ଘ ଦିନ ଧରି ବ୍ୟକ୍ତିଗତ ଜୀବନରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜବୁତ୍ ହେବ। ନିଜ ପରିବାର ସହ ଭଲ ସମୟ ଅତିବାହିତ କରିବେ। କ୍ୟାରିୟରକୁ ନେଇ ଲାଗି ରହିଥିବା ଅସ୍ଥିରତା ଦୂର ହେବ। ଦିର୍ଘ ଦିନ ଚାକିରି ଖୋଜୁଥିବା ଲୋକଙ୍କୁ କୌଣସି ଏକ କମ୍ପାନୀରୁ ଭଲ ଚାକିରି ଅଫର ମିଳିବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ଦରମା ବଢିବ। ବିଦେଶରେ ଚାଲିଥିବା ବାଣିଜ୍ୟ-ବ୍ୟବସାୟରୁ ବେଶ୍ ଦୁଇ ପଇସା ଅଧିକ ଲାଭ ପାଇବେ। ସେୟାର ମାର୍କେଟ୍ ରୁ ଅଧିକ ଲାଭ ପାଇବେ। ପୁରୁଣା ରୋଗରୁ ମୁକ୍ତି ମିଳିବ। ପ୍ରେମ ସମ୍ପର୍କରେ ଥିବା ଲୋକଙ୍କ ପାଇଁ ସମୟ ଖାସ୍ ରହିବ। ନିଜ ସାଥୀଙ୍କ ସହ ଭଲ ସମୟ ଅତିବାହିତ କରିବେ। ପ୍ରେମ ବିବାହରେ ଆସୁଥିବା ପ୍ରତିବନ୍ଧକ ଦୂର ହେବ। 

4/5

ବିଛା:  ବୁଧଙ୍କ ଉଦୟ ଏହି ରାଶିର ଭାଗ୍ୟ ଚମକାଇବ। ଦିର୍ଘ ଦିନ ଧରି କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ। କର୍ମକ୍ଷେତ୍ରରୁ ବଡ଼ ଦାୟିତ୍ବ ମିଳିବ। ଯେଉଁମାନେ ପ୍ରେମ ସମ୍ପର୍କରେ ଅଛନ୍ତି, ସେମାନେ ନିଜ ସାଥୀଙ୍କ ସହ ବିବାହ  ସମ୍ପନ୍ନ ହେବ। ପରିବାରରେ ହସ-ଖୁସିର ମାହୋଲ୍ ଦେଖାଦେବ। ନୂଆ ଘର ଓ ଗାଡି଼ କିଣିବାର ସ୍ବପ୍ନ ସାକାର ହେବ। ବ୍ୟବସାୟୀରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ।  ବଡ଼ ଡିଲ୍ ବ୍ୟବସାୟରେ ଫାଇନାଲ୍ ହେବ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ବିଦେଶ ଯିବାର ଆଶା ପୂରା ହେବ। 

5/5

ମୀନ: ଏହି ରାଶିର ଲୋକଙ୍କ ଭାଗ୍ୟ ଫିଟାଇବେ ବୁଧ। କ୍ୟାରିୟରକୁ ନେଇ କୌଣସି ପ୍ରକାର ଶୁଭ ଖବର ମିଳିବ। ପୁଞ୍ଜି ବିନିଯୋଗ ପାଇଁ ସମୟ ଶୁଭ ରହିବ। ଏହି ସମୟରେ ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କଲେ ଅଧିକ ଲାଭ ପାଇବେ। ପୌତୃକ ସମ୍ପତ୍ତିରୁ ଲାଭମିଳିବ। ପିତାମାତାଙ୍କ ସହ ଦୂରଯାତ୍ରା କରିବେ। ବ୍ୟବସାୟୀମାନେ ବ୍ୟବସାୟରେ ଅଗ୍ରଗତି କରିବେ। ରିୟଲି-ଇ-ଷ୍ଟେଟ୍ କ୍ଷେତ୍ରରେ କାର୍ଯ୍ୟରତ ଲୋକଙ୍କ ପାଇଁ ସମୟ ଖାସ୍ ରହିବ। ଏହି ସମୟରେ ଏକାଧିକ ପ୍ରୋଜେକ୍ଟ ମିଳିବ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ପ୍ରେମୀମାନଙ୍କ ପାଇଁ ସମୟ ଖାସ୍ ରହିବ। 

(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)

;