Advertisement
Photo Details/zeeodisha/odisha2853330
photoDetails0hindi

Chandra Gochar 2025: ଚିତାଲାଗି ଅମାବାସ୍ୟାରେ ଚନ୍ଦ୍ରଙ୍କ ଶୁଭ ଚଳନ, ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ!

Chandra Gochar 2025: ବୈଦିକ ଦ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଭୌତିକ ସୁଖର କାରକ ଚନ୍ଦ୍ର ଗୋଚର ଆଜି ସକାଳ ୧୦ଟା ୫୮ ମିନିଟ୍ ସମୟପେ କର୍କଟ ରାଶିକୁ ଚଳନ କରିଛନ୍ତି। ଚିତାଲାଗି ଅମାବାସ୍ୟାରେ ଚନ୍ଦ୍ରଙ୍କ ଚଳନ କିଛି ରାଶି ପାଇଁ ବେଶ୍ ଶୁଭଦାୟୀ ପ୍ରମାଣିତ ହେବ। ଯଦି ଜାତକରେ ଚନ୍ଦ୍ରଙ୍କ ସ୍ଥିତି ମଜବୁତ୍ ରୁହେ। ତେବେ, ବ୍ୟକ୍ତି ଜୀବନରେ ଅଗ୍ରଗତି କରିବା ସହିତ କ୍ୟାରିୟରରେ ଅଗ୍ରଗତି କରିଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି। 

1/3

ମିଥୁନ: ଚିତାଲାଗି ଅମାବାସ୍ୟାରେ ଚନ୍ଦ୍ରଙ୍କ ଚଳନ ଏହି ରାଶିଙ୍କ ପାଇଁ ବେଶ୍ ଫଳଦାୟୀ ରହିବ।କର୍ମକ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି। ଶତ୍ରୃଙ୍କ ଉପରେ ବିଜୟ ହାସଲ କରିବେ। ସମାଜରେ ମାନ-ସମ୍ମାନ ବୃଦ୍ଧି ପାଇବ। ଯେଉଁମାନେ କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଛନ୍ତି। ସେମାନଙ୍କ ପାଇଁ ସମୟ ଖାସ୍ ରହିବ। ଭଲ ରେଜଲ୍ଟ କରିବେ।ବିଶେଷକରି,ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କୁ ମନଲାଖି ଭଲ ଚାକିରି ମିଳିବ। ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ।ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟ ଭଲ ରହିବ। 

ALSO READ: ୧୦୧ ବର୍ଷ ପରେ ପଡି଼ଛି ଶନି ନବପଞ୍ଚମ ଯୋଗ! ୨୦୨୭ ପର୍ଯ୍ୟନ୍ତ ଧନୀ ରହିବେ ଏହିସବୁ ରାଶି!

 

2/3

କର୍କଟ: ଚିତାଲାଗି ଅମାବାସ୍ୟାରେ ଚନ୍ଦ୍ରଙ୍କ ଚଳନ ଏହି ରାଶିଙ୍କ ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଚାକିରି କରିଥିବା ଲୋକେ କର୍ମକ୍ଷେତ୍ରରୁ ବଡ଼ ଦାୟିତ୍ବ ପାଇବେ।  ସହକର୍ମୀମାନେ ପ୍ରତ୍ୟକ କାର୍ଯ୍ୟରେ  ସହଯୋଗ କରିବେ। ବରିଷ୍ଠ ଅଧିକାରୀଙ୍କ ପ୍ରିୟପାତ୍ର ହେବେ।  ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟୀମାନେ ବଡ଼ ଡିଲ୍ ଫାଇନାଲ୍ କରିବେ। ଯେଉଁଥିରୁ ମୋଟା ଅଙ୍କର ଲାଭ ପାଇବେ। ପୁରୁଣା ରୋଗରୁ ମୁକ୍ତି ପାଇବେ। ଯେଉଁମାନେ ଦିର୍ଘ ଦିନ ଧରି ପ୍ରେମ ସମ୍ପର୍କରେ ଅଛନ୍ତି। ସେମାନେ ନିଜ ସାଥୀଙ୍କ ସହ ବିବାହ ହେବ। 

3/3

ସିଂହ: ଚିତାଲାଗି ଅମାବାସ୍ୟାରେ ଚନ୍ଦ୍ରଙ୍କ ଚଳନ ଏହି ରାଶିକୁ ମାଲାମାଲ୍ କରିବ। ପ୍ରତ୍ୟକ କାର୍ଯ୍ୟରେ ଭାଗ୍ୟ ଆପଣଙ୍କ ସାଥ୍ ଦେବ। ବ୍ୟବସାୟୀଙ୍କ ପାଇଁ ସମୟ ଖାସ୍ ରହିବ। ଏହି ସମୟରେ ନୂଆ ବ୍ୟବସାୟ ଆରମ୍ଭ କଲେ ଅଧିକ ଟଙ୍କା ରୋଜଗାର କରିବାରେ ସକ୍ଷମ ହେବେ। ବିଦେଶରେ ପାଠ ପଢିବା ପାଇଁ ଇଚ୍ଛା ରଖିଥିବା ଛାତ୍ରଛାତ୍ରୀଙ୍କ ଆଶା ପୂରଣ ହେବ। ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବିଶେଷକରି,ଯେଉଁମାନେ ନୂଆ କରି ବିବାହ କରିଛନ୍ତି।ସେମାନେ ସନ୍ତାନ ପ୍ରାପ୍ତି ନେଇ ଖୁସି ଖବର ପାଇବେ।  ପ୍ରେମୀମାନେ ନିଜ ସାଥୀଙ୍କ ସହ ରୋମାଣ୍ଟିକ୍ ଡେଟ୍ ରେ ଯିବେ।

(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)

;