Guru Gochar 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଦେବଗୁରୁ ବୃହସ୍ପତି ବର୍ତ୍ତମାନ ମିଥୁନ ରାଶିରେ ଥିବା ବେଳେ ଅଗଷ୍ଟ ୧୩ ତାରିଖ ସକାଳ ୬ଟା ୩୫ ମିନିଟ୍ ସମୟରେ ସେହି ରାଶିକୁ ପୁଣି ଥରେ ଓଲଟା ଚଳନ କରିବେ। ବୃହସ୍ପତିଙ୍କ ଏହି ଓଲଟା ଚଳନ କିଛି ରାଶି ପାଇଁ ବେଶ୍ ଫଳଦାୟୀ ସାବ୍ୟସ୍ତ ହେବ। ଯଦି ଜାତକରେ ବୃହସ୍ପତିଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜୀବନରେ ସମସ୍ତ ସୁଖ ପ୍ରାପ୍ତ କରିଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।...
ବୃଷ:- ବୃହସ୍ପତିଙ୍କ ଓଲଟା ଚଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ବିଶେଷକରି,ଏ-ହି ସମୟ ମଧ୍ୟରେ ଆର୍ଥିକ ସ୍ଥିତି ମଜବୁତ୍ ହେବ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ। ପଦୋନ୍ନତି ସହ ଦରମା ବୃଦ୍ଧି ହେବ। ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ। ପରିବାର ମଧ୍ୟରେ ହୋଇଥିବା ମନୋମାଳିନ୍ୟ ଦୂର ହେବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କ ପାଇଁ ସମୟ ଖାସ୍ ରହିବ। ଯେଉଁମାନେ ପୁଞ୍ଜି ବିନିଯୋଗ କରିବା ପାଇଁ ଯୋଜନା କରୁଛନ୍ତି। ଏହି ସମୟରେ କରନ୍ତୁ ଭଲ ରେଜଲ୍ଟ ପାଇବେ। ସ୍ବାସ୍ଥ୍ୟ ଭଲ ରହିବା ସହିତ ପ୍ରେମୀମାନଙ୍କ ସହିତ ରୋମାଣ୍ଟିକ୍ ଡେଟ୍ ରେ ଯିବେ। ଦମ୍ପତ୍ତିଙ୍କ ମଧ୍ୟରେ ପ୍ରେମ ବଢିବ।
ALSO READ: Gold Rate Today: ସୁନାଦରରେ ବୃହତ ହ୍ରାସ, ଆଜି ଓଡ଼ିଶାରେ ୨୨ କ୍ୟାରେଟ୍ ରେ ରେଟ୍ ରହିଛି...
ALSO READ: Krishna Janmashtami 2025: ୫୦୦ ବର୍ଷ ପରେ ଜନ୍ମାଷ୍ଟମୀରେ ପଡୁଛି ଦୁର୍ଲଭ ଯୋଗ, ଟଙ୍କା ଗଦିରେ ଶୋଇବେ ଏହିସବୁ ରାଶି!
ମିଥୁନ:- ବୃହସ୍ପତିଙ୍କ ଓଲଟା ଚଳନ ଏହି ରାଶିଙ୍କ ଭାଗ୍ୟ ଚମକାଇବ। ବିଶେଷକରି,ଏ-ହି ସମୟ ମଧ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବ୍ୟବସାୟରେ ବଡ଼ ଡିଲ୍ ଫାଇନାଲ୍ ହେବ। ଯେଉଁଥିରୁ ମୋଟା ଅଙ୍କର ଟଙ୍କା ରୋଜଗାର କରିବେ। ପାର୍ଟନରସିପ୍ ରେ ଚାଲିଥିବା ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ବିଦେଶରେ ପାଠ ପଢିବା ପାଇଁ ସ୍ବପ୍ନ ଦେଖୁଥିବା ଛାତ୍ରଛାତ୍ରୀଙ୍କ ଆଶା ପୂରା ହେବ। ନୂଆ ଘର ଓ ଗାଡି଼ କିଣିବାର ସ୍ବପ୍ନ ସାକାର ହେବ। କର୍ମକ୍ଷେତ୍ର ରୁ ଶୁଭ ଫଳ ପାଇବେ। ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ। କୌଣସି ଜିନିଷକୁ ନେଇ ଲୋଭ କରନ୍ତୁ ନାହିଁ। ପୁରୁଣା ରୋଗରୁ ମୁକ୍ତି ମିଳିବ।
କର୍କଟ:- ବୃହସ୍ପତିଙ୍କ ଓଲଟା ଚଳନ ଏହି ରାଶିଙ୍କୁ ମାଲାମାଲ୍ କରିବ। ବିଶେଷକରି,ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତି ମଜବୁତ୍ ହେବ। ବିଶେଷକରି, ଚିକିତ୍ସାକ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିମାନଙ୍କୁ ଆର୍ଥିକ ଲାଭ ମିଳିବ। ପୁରୁଣା ବିନିଯୋଗରୁ ଲାଭ ପାଇବେ। ବିଦେଶରେ ଚାଲିଥିବା ବାଣିଜ୍ୟ ବ୍ୟବସାୟରୁ ମୋଟା ଅଙ୍କର ଟଙ୍କା ଲାଭ ପାଇବେ। ଯେଉଁମାନେ କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଛନ୍ତି। ସେମାନଙ୍କ ପାଇଁ ସମୟ ଖାସ୍ ରହିବ। ଭଲ ରେଜଲ୍ଟ କରିବେ। ପରିବାର ସହ ଭଲ ସମୟ ଅତିବାହିତ କରିବେ। ମନ ପସନ୍ଦର ସାଥୀଙ୍କୁ ବିବାହ କରିବେ।ସ୍ବାସ୍ଥ୍ୟ ଭଲ ରହିବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)
ट्रेन्डिंग फोटोज़