Advertisement
Photo Details/zeeodisha/odisha2723664
photoDetails0hindi

Guru Gochar 2025: ମେ ମାସରେ ବୃହସ୍ପତିଙ୍କ ଶୁଭ ଚଳନ, ଟଙ୍କା ଗଦିରେ ଶୋଇବେ ୬ରାଶି!

Guru Gochar 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଦେବଗୁରୁ ବୃହସ୍ପତିଙ୍କୁ ଧନ, ଜ୍ଞାନ, ପୂଜା ଓ ବିବାହର କାରକ ବୋଲି ବିବେଚନା କରାଯାଏ। ଏହି କ୍ରମରେ ବୃହସ୍ପତି ବର୍ତ୍ତମାନେ ବୃଷ ରାଶିରେ ଥିବା ବେଳେ ଆସନ୍ତା ମେ ୧୪ ତାରିଖ ରାତି ୧୧ ଟା ୨୦ ମିନିଟ୍ ସମୟରେ ମିଥୁନ ରାଶିକୁ ଚଳନ କରିବେ। ବୃହସ୍ପତିଙ୍କ ଏହି ଚଳନ କିଛି ରାଶି ପାଇଁ ବେଶ୍ ଫଳଦାୟୀ ପ୍ରମାଣିତ ହେବ। ଯଦି ଜାତକରେ ବୃହସ୍ପତିଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜୀବନରେ ସୁଖି ହେବା ସହିତ ଅମାପ ଧନ ସମ୍ପତ୍ତିର ଅଧିକାରୀ ହୋଇଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ସବୁ ରାଶି ମେ ୧୪ ରେ ମାଲାମାଲ୍ ହେଉଛନ୍ତି...

1/6

ମେଷ: ବୃହସ୍ପତିଙ୍କ ଚଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରେ ଲାଗି ରହିଥିବା ବିବାଦର ଅନ୍ତ ଘଟିବ। ବ୍ୟବସାୟରେ ଅଗ୍ରଗତି କରିବେ। ଯେଉଁମାନେ ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି। ସେମାନଙ୍କ ପାଇଁ ସମୟ ଅନୁକୂଳ ରହିଛି। ଏହି ସମୟରେ ନୂଆ ବ୍ୟବସାୟ କାର୍ଯ୍ୟକାରୀ କଲେ ଅଧିକ ଲାଭ ପାଇବା। ଯେଉଁମାନେ କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଛନ୍ତି। ସେମାନେ ଭଲ ରେଜଲ୍ଟ କରିବେ। ପ୍ରେମୀମାନଙ୍କ ପାଇଁ ସମୟ ଶୁଭ ରହିବ। ଏହି ସମୟରେ ନିଜ ସାଥୀଙ୍କ ସହ ରୋମାଣ୍ଟିକ୍ ଡେଟ୍ ରେ ଯିବେ।

ALSO READ: Today Horoscope: ଆଜି ଏହିସବୁ ରାଶିଙ୍କ ପାଇଁ ବଢିପାରେ ଅଡୁଆ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ରବିବାର?

ALSO READ: Weather Update: ଆଜି ତାଣ୍ତବ ରଚିବ କାଳବୈଶାଖି, ବିଜୁଳି ଘଡ଼ଘଡି ସହ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

2/6

ବୃଷ: ବୃହସ୍ପତିଙ୍କ ଶୁଭ ଚଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଆର୍ଥିକ ସ୍ଥିତି ପୂର୍ବଅପେକ୍ଷା ମଜବୁତ୍ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ଦରମା ବୃଦ୍ଧି ହେବ। ବାଣିଜ୍ୟ-ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସଫଳ ହେବେ। ପରିବାର ମଧ୍ୟରେ ଲାଗି ରହିଥିବା ବିବାଦର ଅନ୍ତ ଘଟିବ। ଯେଉଁମାନେ ବିଦେଶରେ ପାଠ ପଢିବା ପାଇଁ ଇଚ୍ଚା ପ୍ରକାଶ କରିଛନ୍ତି । ସେମାନଙ୍କର ସ୍ବପ୍ନ ପୂରା ହେବ। ଦିର୍ଘ ଦିନ ଧରି କୋର୍ଟ-କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟରେ ଉନ୍ନତି ଆସିବ। 

 

3/6

ମିଥୁନ: ବୃହସ୍ପତିଙ୍କ ଶୁଭ ଚଳନ ଏହି ରାଶି ପାଇଁ ବେଶ୍ ଫଳଦାୟୀ ପ୍ରମାଣିତ ହେବ। ପରିବାରରେ ଲାଗି ରହିଥିବା ବିବାଦର ଅନ୍ତ ଘଟିବ।  କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ମିଳିବା ସହ ଦରମାରେ ବୃଦ୍ଧି ହେବ। ବ୍ୟବସାୟରେ ଅଗ୍ରଗତି କରିବେ। ବିଦେଶରେ ବାଣିଜ୍ୟ -ବ୍ୟବସାୟ ଆରମ୍ଭ କରିବା ପାଇଁ ସମୟ ଶୁଭ ରହିଛି। ଏହି ସମୟ ବିଦେଶରେ କୌଣସି ପ୍ରକାର ବ୍ୟବସାୟ ଆରମ୍ଭ କଲେ ଅଧିକ ଲାଭ ପାଇବେ। ପରିବାର ସହ ଭଲ ସମୟ ଅତିବାହିତ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ମନୋମାଳିନ୍ୟ ଦୂର ହେବ। ସ୍ବାସ୍ଥ୍ୟରେ ଉନ୍ନତି ଆସିବ। 

4/6

ସିଂହ: ବୃହସ୍ପତିଙ୍କ ଶୁଭ ଚଳନ ଏହି ରାଶି ପାଇଁ ବରଦାନ ପାଲଟିବ। ବିଦେଶ ଯିବାର ଆଶା ପୂରା ହେବ। କ୍ୟାରିୟରକୁ ନେଇ ଲାଗି ରହିଥିବା ଅସ୍ଥିରତା ଦୂର ହେବ। କର୍ମକ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ଦ୍ବାରା ସମ୍ମାନୀତ ହେବା ସହ ପ୍ରିୟପାତ୍ର ହେବେ। ସହକର୍ମୀଙ୍କ ସହଯୋଗ ପାଇବେ। ଦିର୍ଘ ଦିନର ଗାଡି ଓ ନୂଆ ଘର କିଣିବାର ଆଶା ପୂରା ହେବ।  ପ୍ରେମ ବିବାହରେ ଆସୁଥିବା ପ୍ରଦିବନ୍ଧକ ଦୂର ହେବ। ଯଉଁମାନେ ପ୍ରେମ ସମ୍ପର୍କରେ ଅଛନ୍ତି,ସେମାନେ ନିଜ ସାଥୀଙ୍କୁ ବିବାହ କରିବେ। ପୁରୁଣା ବିନିଯୋଗରୁ ଲାଭ ମିଳିବ। ସ୍ବାସ୍ଥ୍ୟ ଭଲ ରହିବା ସହ ପରିବାର ସହ ଭଲ ସମୟ ଅତିବାହିତ କରିବେ। 

5/6

ତୁଳା: ବୃହସ୍ପତିଙ୍କ ଶୁଭ ଚଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ରହିବ। କର୍ମକ୍ଷେତ୍ରରୁ ଖୁସି ଖବର ପାଇବେ। କଠିନ ପରିଶ୍ରମର ଫଳ ମିଳିବ। ପ୍ରତ୍ୟକ କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆପଣଙ୍କ ସପକ୍ଷରେ ରହିବ। ଯେଉଁମାନେ ପୁଞ୍ଜି ବିନିଯୋଗ ପାଇଁ ଯୋଜନା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଶୁଭ ରହିବ। ଏ-ହି ସମୟରେ ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କଲେ ଭଲ ଲାଭ ପାଇବେ। ପୈତୃକ ସମ୍ପତ୍ତିରୁ ଅଧିକ ଲାଭ ପାଇବେ। ସମାଜରେ ମାନ-ସମ୍ମାନ ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରେମୀମାନଙ୍କ ପାଇଁ ସମୟ ଶୁଭ ରହିବ। 

6/6

କୁମ୍ଭ: ବୃହସ୍ପତିଙ୍କ କୃପାରୁ ଏହି ରାଶିଙ୍କ ଭାଗ୍ୟ ଉଦୟ ହେବାକୁ ଯାଉଛି। ଆର୍ଥିକ ସ୍ଥିତି ଭଲ ରହିବ। ନିଜ ସନ୍ତାନମାନଙ୍କ ଠାରୁ କୌଣସି ପ୍ରକାର ଖୁସି ଖବର ପାଇବେ। କ୍ୟାରିୟରର ଦୃଷ୍ଟିକୋଣରୁ ସମୟ ଅନୁକୂଳ ରହିବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି, ସେମାନଙ୍କ ପାଇଁ ସମୟ ଶୁଭ ରହିବ। କୌଣସି ଏକ ଭଲ କମ୍ପାନୀରୁ ନିଯୁକ୍ତି ନେଇ ଅଫର ଲେଟର ମିଳିବ। ପ୍ରେମୀ ସମ୍ପର୍କରେ ହୋଇଥିବା ବିବାଦର ଅନ୍ତ ଘଟିବ। ଅବିବାହିତଙ୍କ ବିବାହ ସ୍ଥିର ହେବ। ପିତାମାତାଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। 

 

(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)

;