Advertisement
Photo Details/zeeodisha/odisha2828118
photoDetails0hindi

Navpancham Rajyog 2025: ୧୦୫ ବର୍ଷ ପରେ ପଡି଼ଛି ନବପଞ୍ଚମ ରାଜଯୋଗ, ଏହିସବୁ ରାଶିଙ୍କ ଉପରେ ହେବ ଟଙ୍କା ବର୍ଷା!

Navpancham Rajyog 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଶନିଦେବ ବର୍ତ୍ତମାନ ମୀନ ରାଶିରେ ବିରାଜମାନ ଥିବା ବେଳେ ସୁଖ,ସୌନ୍ଦର୍ଯ୍ୟ ଓ ପ୍ରେମର କାରକ ଶୁକ୍ର  ଆଜି ସକାଳ ୫ଟା ୪୫ ମିନିଟ୍ ସମୟରେ ସେହି ରାଶିକୁ ଚଳନ କରିଛନ୍ତି। ଗୋଟିଏ ରାଶିରେ ଶୁକ୍ର-ଶନିଙ୍କ ଦୁର୍ଲଭ ଯୋଗ ନବପଞ୍ଚମ ରାଜଯୋଗ ସୃଷ୍ଟି କରୁଛି। ୧୦୫ ବର୍ଷ ପରେ ପଡିଥିବା ନବପଞ୍ଚମ ରାଜଯୋଗ କିଛି ରାଶିଙ୍କ ପାଇଁ ଶୁଭ ପ୍ରମାଣିତ ହେବ। ଯଦି ଜାତକରେ ଶନି ଓ ଶୁକ୍ରଙ୍କ ସ୍ଥିତି ମଜବୁତ୍ ଥାଏ । ତେବେ, ବ୍ୟକ୍ତି ଜୀବନରେ ଧନୀ ହେବା ସହ ସମସ୍ତ ସୁଖ ସମୃଦ୍ଧି ହାସଲ କରିଥାଏ।

1/3

ମେଷ:ନବପଞ୍ଚମ ରାଜଯୋଗ  ଏହି ରାଶି ପାଇଁ ବେଶ୍ ଫଳଦାୟୀ ପ୍ରମାଣିତ ହେବ। ଆର୍ଥିକ ସ୍ଥିତି ମଜବୁତ୍ ରହିବ। କର୍ମକ୍ଷେତ୍ରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ।  ବ୍ୟବସାୟରେ ବଡ଼ ଡିଲ୍ ଫାଇନାଲ୍ ହେବ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ।  ଦିର୍ଘ ଦିନ ଧରି ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ। ପରିବାର ସହ ଧାର୍ମିକ ସ୍ଥଳକୁ ଯାତ୍ରା କରିବେ।  ବିଶେଷକରି, ଚିକିତ୍ସା କ୍ଷେତ୍ରରେ କାର୍ଯ୍ୟରତ ଲୋକଙ୍କ ପାଇଁ ସମୟ ଖାସ୍ ରହିଛି। ଏ-ହି ସମୟରେ କର୍ମକ୍ଷେତ୍ରରୁ ପଦୋନ୍ନତି ମିଳିବା ସହ ଦରମା ବଢିବାର ସମ୍ଭାବନା ରହିଛି।

ALSO READ: Odisha Weather Report: ଆସୁଛି ଆଉ ଏକ ଲଘୁଚାପ, ଏହିସବୁ ଜିଲ୍ଲାରେ ହେବ ବିଜୁଳି ଘଡ଼ଘଡ଼ି ସହ ଭୀଷଣ ବର୍ଷା!

2/3

ବିଛା: ନବପଞ୍ଚମ ରାଜଯୋଗ ଏହି ରାଶିଙ୍କ ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ବିଶେଷକରି,ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବା ସହ ଦରମାରେ ବୃଦ୍ଧି ଘଟିବ। ବରିଷ୍ଠ ଅଧିକାରୀଙ୍କ ପ୍ରିୟପାତ୍ର ହେବେ।  ଘରେ ଲାଗି ରହିଥିବା ସମସ୍ୟାର ଅନ୍ତ ଘଟିବ। ବିଦେଶରେ ପାଠ ପଢିବା ପାଇଁ ସ୍ବପ୍ନ ଦେଖୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଅନୁକୂଳ ରହିବ। ଏହି ସମୟରେ ସେମାନଙ୍କ ଆଶା ପୂରା ହେବ। ନୂଆ ଘର ଓ ଗାଡି଼ କିଣିବାର ସ୍ବପ୍ନ ସାକାର ହେବ। ଯେଉଁମାନେ, ପ୍ରେମ ବିବାହ କରିବା ପାଇଁ ସ୍ବପ୍ନ ଦେଖୁଛନ୍ତି। ସେମାନଙ୍କ ପାଇଁ ସମୟ ଶୁଭ ରହିବ। ଯେଉଁମାନେ,ପୁଞ୍ଚି ବିନିଯୋଗ ପାଇଁ ଯୋଜନା କରୁଛନ୍ତି। ସେମାନେ ଏହି ସମୟରେ ବିନିଯୋଗ କଲେ ଭଲ ଲାଭ ପାଇବେ। ସ୍ବାସ୍ଥ୍ୟ ଭଲ ରହିବ।  ଦାମ୍ପତ୍ୟ ଜୀବନ ସୁଖମୟ ହେବ।

 

3/3

ମକର: ନବପଞ୍ଚମ ରାଜଯୋଗ ଏହି ରାଶିଙ୍କ ଭାଗ୍ୟ ଖୋଲିବ। ବିଶେଷକରି, ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତି ବଦଳିବ।  ଜୀବନରେ ଲାଗି ରହିଥିବା ସମସ୍ୟା ଦୂର ହେବ। ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ। ଯେଉଁମାନେ ନୂଆ ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ଏହି ସମୟରେ କରନ୍ତୁ ଭଲ ଲାଭ ପାଇବେ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ କଚେରୀ ସମସ୍ୟାର ରାୟ ଆପଣଙ୍କ ସପକ୍ଷରେ ଯିବ। ପୁରୁଣା ବିନିଯୋଗରୁ ଲାଭ ପାଇବେ। କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀ ପାଇଁ ସମୟ ଖାସ୍ ରହିବ। ଭଲ ରେଜଲ୍ଟ କରିବେ। ପୁରୁଣା ରୋଗରୁ ମୁକ୍ତି ମିଳିବ। ପ୍ରେମୀ ମାନଙ୍କ ପାଇଁ ସମୟ ଖାସ୍ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)

;