Odisha Weather Report: ପଶ୍ଟିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ। ତେବେ, ଆସନ୍ତୁ ଜାଣିବା ଆଜି ରାଜ୍ୟର କେଉଁ ସବୁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ରାଜ୍ୟର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ପାଣିପାଗ ବିଭାଗ ଏହା ପୂର୍ବାନୁମାନ କରିଛି। ଆଜି ବିଶେଷକରି, ମୟୂରଭଂଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟ୍ ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ALSO READ: Today Horoscope: ଆଜି ଏହିସବୁ ରାଶିଙ୍କ ପାଇଁ ବଢିପାରେ ଅଡୁଆ,ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?
ସୁନ୍ଦରଗଡ,ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା,ଭଦ୍ରକ, ଯାଜପୁର,ଢେଙ୍କାନାଳ ଓ ଅନୁଗୁଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
୨୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝରରେ ଅତି ଭୀଷଣ ବର୍ଷା ହୋଇପାରେ। ଏହି ୨ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡା, ଜଗତସିଂହପୁର, ସୁନ୍ଦରଗଡରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି।ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସେହିପରି ୨୬ ତାରିଖରେ ମୟୂରଭଂଜ, ସୁନ୍ଦରଗଡ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି ହୋଇଛି। ୨୭ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଭାରୀ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ट्रेन्डिंग फोटोज़