Advertisement
Photo Details/zeeodisha/odisha2694745
photoDetails0hindi

Shani Budh Yuti 2025: ଶନି-ବୁଧଙ୍କ କୃପାରୁ ଉଦୟ ହେବ ୩ ରାଶିଙ୍କ ଭାଗ୍ୟ, ଆରମ୍ଭ ହେବ ଶୁଭ ଦିନ!

Shani Budh Yuti 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି।  ଏହି କ୍ରମରେ ଏପ୍ରିଲ୍ ୩ ତାରିଖ ଦିନ,  ବୁଧ ପୂର୍ବଭଦ୍ରା ନକ୍ଷତ୍ରକୁ ଚଳନ କରିବେ। ଯେଉଁ ରାଶିରେ କି ପୂର୍ବରୁ ଶନିଦେବ ବିରାଜମାନ ଅଛନ୍ତି। ଗୋଟଏ ନକ୍ଷତ୍ରରେ ଶନି-ବୁଧଙ୍କ ମିଳନ ଦୁର୍ଲଭ ଯୋଗ ବା ଶନି-ବୁଧ ୟୁତି ଯୋଗ ସୃଷ୍ଟି କରୁଛି। ଏହି ଦୁର୍ଲଭ ଯୋଗ କିଛି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ତେବେ, ଆସନ୍ତୁ ଜାଣିବା ଶନି-ବୁଧଙ୍କ କୃପାରୁ କେଉଁ ରାଶିଙ୍କ ଭାଗ୍ୟ ଚମକିବାକୁ ଯାଉଛି।.... 

1/3

ବୃଷ:   ଶନି ଓ ବୁଧଙ୍କ କୃପାରୁ ଚମକିବ ଏହି ରାଶିର ଭାଗ୍ୟ।  ଦିର୍ଘ ଦିନ ଧରି ଜୀବନରେ ଲାଗି ରହିଥିବା ବିବାଦର ଅନ୍ତ ଘଟିବ। ଘରେ ହସ-ଖୁସିର ମାହୋଲ୍ ଦେଖିବାକୁ ମିଳିବ। ପରିବାର ସଦସ୍ୟଙ୍କ ସହ ଦୂରଯାତ୍ରା କରିବେ। ବିଶେଷକରି, ଏ-ହି ସମୟ ମଧ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରେ  ପଦୋନ୍ନତି ମିଳିବା ସହିତ ଦରମା ବଢିବ। ଯେଉଁମାନେ ଦିର୍ଘ ଦିନ ହେବ, ଚାକିରି ଖୋଜୁଛନ୍ତି। ସେମାନଙ୍କୁ କୌଣସି ଏକ ଭଲ କମ୍ପାନୀରୁ ଭଲ ଚାକିରି ଅଫର ମିଳିବ। ବ୍ୟବସାୟୀମାନଙ୍କର ଆର୍ଥିକ ସ୍ଥିତିରେ ସୁଧାର ଆସିବା ସହ କାରବାରରେ ଲାଭ ଭଲ ହେବ। ନୂଆ ଯୋଜନା ବ୍ୟବସାୟରେ କାର୍ଯ୍ୟକାରୀ କରି ଭଲ ଦ୍ବି-ପଇସା ଲାଭ ପାଇବେ। ପ୍ରେମ-ସମ୍ପର୍କରେ ସୁଧାର ଆସିବ।  ପାରିବାରିକ ଜୀବନ ସୁଖମୟ ହେବା ସହ ନୂଆ ଘର କିଣିବାର ସ୍ବପ୍ନ ସାକାର ହେବ। 

2/3

ତୁଳା:  ଧନୁ ରାଶିର ବ୍ୟକ୍ତି ବିଶେଷଙ୍କ ଉପରେ  ଶନି ଓ ବୁଧ ଙ୍କ ବିଶେଷ କୃପା ରହିବ।  ଚାକିରିଆମାନେ, କର୍ମକ୍ଷେତ୍ରରେ ସମ୍ମାନୀତ ହେବେ। ବରିଷ୍ଠ ଅଧିକାରୀ ଓ ସହକର୍ମୀମାନେ ପ୍ରତ୍ୟକ କ୍ଷେତ୍ରରେ ସହଯୋଗ କରିବେ। ଆର୍ଥିକ ସ୍ଥିତି ସୁଧୁରିବ। ଯେଉଁମାନେ ଦିର୍ଘ ଦିନ ହେବ,ନୂଆ ବାଣିଜ୍ୟ-ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ଏହି ସମୟରେ ନୂଆ ବ୍ୟବସାୟ ଆରମ୍ଭ କଲେ କାରବାରରେ ଲାଭ ବଢିବ। ବ୍ୟବସାୟୀମାନେ ବଡ଼ ଡିଲ୍ ବ୍ୟବସାୟରେ ଫାଇନାଲ୍ କରିବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ।  ବିଦେଶରେ ପାଠ ପଢିବା ପାଇଁ ଇଚ୍ଛା ରଖିଥିବା ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଭଲ ରହିବ। ବିଦେଶରେ ପାଠ ପଢିବାର ସ୍ବପ୍ନ ସାକାର ହେବ। ଯେଉଁମାନେ,  ପୁଞ୍ଜି ବିନିଯୋଗ କରିବା ପାଇଁ ଯୋଜନା କରୁଛନ୍ତି,ସେମାନଙ୍କ ପାଇଁ ଏହି ସମୟରେ ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କଲେ ଭଲ ରିଟର୍ଣ୍ଣ ପାଇବେ। ପ୍ରେମ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

 

3/3

ମୀନ  ଶନି ଓ ବୁଧଙ୍କ ମିଳନ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ସମାଜରେ ମାନ-ସମ୍ମାନ ବୃଦ୍ଧି ପାଇବ। ନୂଆ ଗାଡି଼ କିଣିବାର ସ୍ବପ୍ନ ସାକାର ହେବ। ଜୀବନ ସାଥୀଙ୍କ ଠାରୁ ଆର୍ଥିକ ସମର୍ଥନ ମିଳିବ। ବ୍ୟାଙ୍କ୍ ବାଲାନ୍ସ ବଢିବ। ବିଶେଷକରି, ଚାକିରିଆଙ୍କ ପାଇଁ ସମୟ ଅନୁକୂଳ ରହିବ। ପଦୋନ୍ନତି ମିଳିବା ସହିତ ଆୟରେ ବୃଦ୍ଧି ଘଟିବ। ଖର୍ଚ୍ଚ ବୃଦ୍ଧି ପାଇବ। ବ୍ୟବସାୟୀମାନେ ବିଦେଶ ଯାତ୍ରା କରିବେ। ବାଣିଜ୍ୟ- ବ୍ୟବସାୟରେ ଲାଗି ରହିଥିବା ମାନ୍ଦା ବସ୍ଥା ଦୂର ହେବା ସହ ଲାଭ ଅଧିକ ପାଇବେ। ବିଦେଶରେ ବାଣିଜ୍ୟ-ବ୍ୟବସାୟ ଆରମ୍ଭ କରିବା ପାଇଁ ସମୟ ଶୁଭ ରହିଛି।  ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ-କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ପୈତୃକ ସମ୍ପତ୍ତିରୁ ଲାଭ ପାଇବେ।  ପରିବାର ସହ ଦୂରଯାତ୍ରା କରିବେ। ସ୍ବାସ୍ଥ୍ୟରେ ଉନ୍ନତି ଆସିବ।

(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)

;