Surya Chandra Yuti 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଗ୍ରହମାନଙ୍କର ରାଜା ସୂର୍ଯ୍ୟଦେବ ବର୍ତ୍ତମାନ ବୃଷ ରାଶିରେ ବିରାଜମାନ ଥିବା ବେଳେ ସେହି ରାଶିକୁ ଭୌତିକ ସୁଖର କାରକ ଚନ୍ଦ୍ର ମେ' ୨୬ ତାରିଖ ରାତି ୧ଟା ୪୦ ମିନିଟ୍ ସମୟରେ ଚଳନ କରିବେ। ଗୋଟିଏ ରାଶିରେ ସୂର୍ଯ୍ୟ-ଚନ୍ଦ୍ରଙ୍କ ମିଳନ ଦୁର୍ଲଭ ଯୋଗ ବା ସୂର୍ଯ୍ୟ ଚନ୍ଦ୍ର ୟୁତି ଯୋଗ ସୃଷ୍ଟି କରୁଛି। ଏହି ଦୁର୍ଲଭ ଯୋଗ ପ୍ରାୟ ୨୦୦ ବର୍ଷ ପରେ ପଡିଛି। ଏହି ଦୁର୍ଲଭ ଯୋଗ କିଛି ରାଶିଙ୍କ ପାଇଁ ଶୁଭଫଳ ପ୍ରଦାନ କରିବ। ତେବେ, ଆସନ୍ତୁ ଜାଣିବା ସୂର୍ଯ୍ୟ-ଚନ୍ଦ୍ର କେଉଁ ସବୁ ରାଶିକୁ ମାଲାମାଲ୍ କରିବାକୁ ଯାଉଛନ୍ତି।
ମେଷ: ସୂର୍ଯ୍ୟ -ଚନ୍ଦ୍ରଙ୍କ ଦୁର୍ଲଭ ଯୋଗ ଏହି ରାଶି ପାଇଁ ବେଶ୍ ଲାଭଦାୟୀ ପ୍ରମାଣିତ ହେବ। ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବ୍ୟବସାୟୀମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ବ୍ୟବସାୟରେ ବଡ଼ ଡିଲ୍ ଫାଇନାଲ୍ କରିବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ଚାକିରିଆମାନେ କର୍ମକ୍ଷେତ୍ରରେ ବରିଷ୍ଠ ଅଧିକାରୀଙ୍କ ଠାରୁ ପ୍ରଂସଶିତ ହେବେ। କମ୍ପିଟେଟିଭ୍ ଏକଜାମ୍ ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଭଲ ରହିଛି। ଏହି ସମୟରେ ଭଲ ରେଜଲ୍ଚ ପାଇବେ। ଅଧା ପଡିରହିଥିବା କାର୍ଯ୍ୟକୁ ଶେଷ କରିବାରେ ସମର୍ଥ ହେବେ। ଦିର୍ଘ ଦିନର ଗାଡ଼ି କିଣିବାର ଆଶା ପୂରା ହେବ। ଘରେ କୌଣସି ପ୍ରକାର ମାଙ୍ଗଳିକ କାର୍ଯ୍ୟ ହେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଘରକୁ ଆସିବ।
ବୃଷ: ସୂର୍ଯ୍ୟ-ଚନ୍ଦ୍ରଙ୍କ ଦୁର୍ଲଭ ଯୋଗ ଏହି ରାଶି ପାଇଁ ବେଶ୍ ଫଳଦାୟୀ ସାବ୍ୟସ୍ତ ହେବ। ଆର୍ଥିକ ସ୍ଥିତି ମଜବୁତ୍ ହେବେ। ଯେଉଁମାନେ ସନ୍ତାନ ନ ହେବାରୁ ନେଇ ଚିନ୍ତିତ ଅଛନ୍ତି, ସେମାନେ ଏହି ସମୟ ମଧ୍ୟରେ ପିତାମାତାର ସୌଭାଗ୍ୟ ଅର୍ଜନ କରିବେ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ସହକର୍ମୀମାନେ ପ୍ରତ୍ୟକ କାର୍ଯ୍ୟରେ ସହଯୋଗ କରିବେ। ପଦୋନ୍ନତି ସହ ଦରମାର ବୃଦ୍ଧି ହେବ। ବ୍ୟବସାୟୀମାନେ ବ୍ୟବସାୟରେ ଅଗ୍ରଗତି କରିବେ। ବାଣିଜ୍ୟ-ବ୍ୟବସାୟରେ ଲାଗି ରହିଥିବା ମାନ୍ଦାବସ୍ଥା ଦୂର ହେବ। ପିତାମାତାଙ୍କ ସହ ହୋଇଥିବା ମନୋମାଳିନ୍ୟ ଦୂର ହେବ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ-କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ।
କର୍କଟ: ସୂର୍ଯ୍ୟ-ଚନ୍ଦ୍ରଙ୍କ କୃପାରୁ ଏହି ରାଶିର ଭାଗ୍ୟ ଚମକିବାକୁ ଯାଉଛି। କ୍ୟାରିୟରକୁ ନେଇ ଖୁସି ଖବର ମିଳିବ। କ୍ୟାରିୟରରେ ଲାଗି ରହିଥିବା ଅସ୍ଥିରତା ଦୂର ହେବ। ଯେଉଁମାନେ, ଦିର୍ଘ ଦିନ ଧରି ଚାକିରି ଖୋଜୁଛନ୍ତି। ସେମାନଙ୍କୁ କୌଣସି ଏକ ଭଲ ସଂସ୍ଥାରୁ ଚାକିରି ନେଇ ଅଫର ଲେଟର ମିଳିବ। ବ୍ୟବସାୟୀମାନେ ବ୍ୟବସାୟରେ ଭଲ ଦ୍ବି-ପଇସା ରୋଜଗାର କରିବେ। ଯେଉଁମାନେ, ନୂଆ ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ସେମାନେ ଏହି ସମୟରେ ନୂଆ ବ୍ୟବସାୟ ଆରମ୍ଭ କଲେ ଭଲ ଅଧିକ ଟଙ୍କା ରୋଜଗାର କରିବାରେ ସକ୍ଷମ ହେବେ। ପୁରୁଣା ବିନିଯୋଗରୁ ଲାଭ ପାଇବେ। ବ୍ୟାଙ୍କିଂ, ବୀମା ଓ ଅନଲାଇନ୍ କାରବାର କରୁଥିବା ଲୋକେ ନିଜ ଟାର୍ଗେଟ୍ ପୂରା କରିବାରେ ସଫଳ ହେବେ। ପିତାମାତାଙ୍କ ସହ ଦୂରଯାତ୍ରା କରିବେ। ସ୍ବାସ୍ଥ୍ୟ ଭଲ ରହିବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ।
ସିଂହ: ସୂର୍ଯ୍ୟ-ଚନ୍ଦ୍ରଙ୍କ ଆର୍ଶିବାଦରୁ ଏ-ହି ରାଶିଙ୍କ ଭାଗ୍ୟ ଉଦୟ ହେବ। ଦିର୍ଘ ଦିନ ଧରି ବ୍ୟକ୍ତିଗତ ଜୀବନରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଉଭୟ ବ୍ୟବସାୟୀ ଓ ଚାକିରିଆଙ୍କ ପାଇଁ ସମୟ ଅନୁକୂଳ ରହିଛି। ଏହି ସମୟରେ ବିଦେଶରେ ଚାଲିଥିବା ବ୍ୟବସାୟରୁ ମୋଟା ଅଙ୍କର ଟଙ୍କା ରୋଜଗାର କରିବାକୁ ସକ୍ଷମ ହେବେ। ରିୟଲି-ଇ-ଷ୍ଟେଟ୍ ବ୍ୟବସାୟ କରୁଥିବା ଲୋକେ ସରକାରଙ୍କ ତରଫରୁ ନୂଆ ପ୍ରୋଜେକ୍ଟ ପାଇବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ଶିକ୍ଷା, କଳା,ସାମ୍ବାଦିକତା, ବିଜ୍ଞାନ ଓ ମେଡିକାଲ୍ କ୍ଷେତ୍ରରେ କାର୍ଯ୍ୟରତ ଲୋକଙ୍କ ପାଇଁ ସମୟ ଖାସ୍ ରହିଛି। ଏହି ସମୟ କୌଣସି ଏକ ସଭା-ସମିତିରୁ ସମ୍ମାନୀତ ହେବେ। ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ସମୟ ଖାସ୍ ରହିବ। ଏହି ସମୟରେ ଦଳ ପକ୍ଷରୁ ବଡ଼ ଦାୟିତ୍ବ ମିଳିବ।
ମୀନ: ସୂର୍ଯ୍ୟ-ଚନ୍ଦ୍ର ୟୁତି ଏହି ରାଶିଙ୍କୁ ମାଲାମାଲ୍ କରିବ। କର୍ମକ୍ଷେତ୍ରରୁ ବଡ଼ ଦାୟିତ୍ବ ମିଳିବ। ଦରମା ବଢିବା ସହିତ ବ୍ୟାଙ୍କ୍ ବାଲାନ୍ସ ବଢିବ। ବ୍ୟବସାୟୀମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ଯେଉଁମାନେ ପୁଞ୍ଜି ବିନିଯୋଗ ପାଇଁ ଯୋଜନା କରୁଛନ୍ତି। ଏହି ସମୟରେ ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କଲେ ଭଲ ରିଟର୍ଣ୍ଣ ପାଇବେ। ପତି-ପତ୍ନୀ-ଙ୍କ ମଧ୍ୟରେ ହୋଇଥିବା ମନୋମାଳିନ୍ୟ ଦୂର ହେବ। ନୂଆ ଘର ଓ ଗାଡି଼ କିଣିବାର ସ୍ବପ୍ନ ସାକାର ହେବ। ଯେଉଁମାନେ, ବିଦେଶ ଯାତ୍ରା ପାଇଁ ସ୍ବପ୍ନ ଦେଖୁଛନ୍ତି। ସେମାନଙ୍କ ପାଇଁ ସମୟ ଖାସ୍ ରହିବ। ପୁରୁଣା ରୋଗରୁ ମୁକ୍ତି ମିଳିବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)
ट्रेन्डिंग फोटोज़