Surya Gochar 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ ଜୁଲାଇ ୧୬ ତାରିଖ ସଂନ୍ଧ୍ୟା ୫ଟା ୧୭ ମିନିଟ୍ ସମୟରେ ଚନ୍ଦ୍ରଙ୍କ ରାଶି କର୍କଟକୁ ଚଳନ କରିବେ। ସୂର୍ଯ୍ୟଙ୍କ ଏହି ଶୁଭ ଚଳନ କିଛି ରାଶି ପାଇଁ ବେଶ ଶୁଭଫଳ ପ୍ରଦାନ କରିବ। ଯଦି ଜାତକରେ ସୂର୍ଯ୍ୟଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ,ବ୍ୟକ୍ତି କ୍ୟାରିୟରରେ ଅଗ୍ରଗତି କରିଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ରାଶିଙ୍କ ଭାଗ୍ୟ ଜୁଲାଇରେ ଚମକିବାକୁ ଯାଉଛି।...
ମେଷ: ସୂର୍ଯ୍ୟଙ୍କ ଚଳନ ଏହି ରାଶି ପାଇଁ ବେଶ୍ ଫଳଦାୟୀ ପ୍ରମାଣିତ ହେବ। ବିଶେଷକରି, ଆର୍ଥିକ ସ୍ଥିତିରେ ସୁଧାର ଆସିବ। ୨୦୨୭ ପର୍ଯ୍ୟନ୍ତ ଆର୍ଥିକ ସ୍ଥିତି ଭଲ ରହିବ। କ୍ୟାରିୟର ଦୃଷ୍ଟିକୋଣରୁ ସମୟ ଖାସ୍ ରହିବ। ଚାକିରି କରୁଥିବା ଲୋକଙ୍କୁ କର୍ମକ୍ଷେତ୍ରରୁ ବଡ଼ ଦାୟିତ୍ବ ମିଳିପାରେ। ବ୍ୟବସାୟୀଙ୍କ ପାଇଁ ବି ସମୟ ଅନୁକୂଳ ରହିବ। ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରୁଥିବା ଲୋକେ ଏହି ସମୟରେ ବ୍ୟବସାୟ ଆରମ୍ଭ କଲେ ଅଧିକ ଟଙ୍କା ରୋଜଗାର କରିବାରେ ସକ୍ଷମ ହେବେ। ପୁରୁଣା ବିନିଯୋଗରୁ ଲାଭ ପାଇବେ। ପ୍ରେମ ସମ୍ପର୍କ ଅଧିକ ମଜବୁତ୍ ହେବ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ-କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ବୈବାହିକ ଜୀବନ ସୁଖମୟ ହେବ।
ସିଂହ: ସୂର୍ଯ୍ୟଙ୍କ ଶୁଭ ଚଳନ ଏହି ରାଶିଙ୍କୁ ମାଲାମାଲ୍ କରିବ। ବିଶେଷକରି,ଏହି ସମୟ ମଧ୍ୟରେ ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ। ବ୍ୟକ୍ତିଗତ ଜୀବନରେ ଲାଗି ରହିଥିବା ସମସ୍ୟାର ଅନ୍ତ ଘଟିବ। ବ୍ୟବସାୟୀମାନେ ବଡ଼ ଡିଲ୍ ଫାଇନାଲ୍ କରିବେ। ଯେଉଁଥିରୁ ଅପ୍ରତ୍ୟାଶିତ ଟଙ୍କା ଲାଭ ପାଇବେ। ପ୍ରତ୍ୟକ କାର୍ଯ୍ୟରେ ସଫଳତା ପାଇବେ। ନୂଆ ଘର ଓ ଗାଡ଼ି କିଣିବାର ସ୍ବପ୍ନ ସାକାର ହେବ। ଯେଉଁମାନେ କମ୍ପିଟେଟିଭ୍ ଏକଜାମ୍ ଦେଉଛନ୍ତି। ସେମାନେ ଭଲ ରେଜଲ୍ଟ କରିବେ। କିନ୍ତୁ ସ୍ବାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ। ଏଣୁ ଖାଦ୍ୟପେୟର ଯତ୍ନ ନେବା ଜରୁରୀ। ଏହି ସମୟ ମଧ୍ୟରେ ପ୍ରତ୍ୟକ କାର୍ଯ୍ୟ କରିବା ପାଇଁ ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ମିଥୁନ: ସୂର୍ଯ୍ୟଙ୍କ ଚଳନ ଏ-ହି ରାଶିଙ୍କ ଭାଗ୍ୟ ଚମକାଇବ। ବିଶେଷକରି,କ୍ୟାରିୟରକୁ ନେଇ ଲାଗି ରହିଥିବା ସମସ୍ୟା ଦୂର ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବା ସହିତ ଦରମାରେ ବୃଦ୍ଧି ଘଟିବ। ଯେଉଁମାନେ ଚାକିରି ବଦଳାଇବାକୁ ଚାହୁଁଛନ୍ତି,ଚେଷ୍ଚା ଜାରି ରଖନ୍ତୁ ସଫଳତା ପାଇବେ। ବିଦେଶରେ ଚାଲିଥିବା ବ୍ୟବସାୟରୁ ମୋଟା ଅଙ୍କର ଲାଭ ମିଳିବା ସହ ପାର୍ଟନର-ସିପ୍ ରେ ଚାଲିଥିବା ବ୍ୟବସାୟରୁ ପ୍ରଚୁର ଲାଭ କରିବେ। ବିଦେଶରେ ପାଠ ପଢିବା ପାଇଁ ସ୍ବପ୍ନ ଦେଖୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଖାସ୍ ରହିବ। ସେମାନଙ୍କ ଆଶା ପୂରା ହେବ। ପ୍ରେମ ବିବାହରେ ଆସୁଥିବା ବାଧାବିଘ୍ନ ଦୂର ହେବା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପରିବାରରେ କୌଣସି ଏକ ମାଙ୍ଗଳିକ କାର୍ଯ୍ୟ ହେବ।
କନ୍ୟା: ସୂର୍ଯ୍ୟଙ୍କ ଚଳନ ଏହି ରାଶିକୁ ଧନବାନ୍ କରାଇବ। ବିଶେଷକରି, ଦିର୍ଘ ଦିନ ଧରି ଲାଗି ରହିଥିବା ଟଙ୍କା ପଇସାର ଅଭାବ ଦୂର ହେବ। ଆଣିଥିବା ଧାର-କରଜ ଟଙ୍କାକୁ ସୁଝିବାରେ ସକ୍ଷମ ହେବେ। ପରିବାର ଓ ବନ୍ଧୁ ବାନ୍ଧବଙ୍କ ସହ ହୋଇଥିବା ମନୋମାଳିନ୍ୟ ଦୂର ହେବ। ଆର୍ଥିକ ଦୃଷ୍ଟିକୋଣରୁ ସମୟ ଖାସ୍ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ଦରମା ବୃଦ୍ଧି ହେବ। ପ୍ରତ୍ୟକ କାର୍ଯ୍ୟ କରିବାକୁ ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦିର୍ଘ ଦିନର ଆଶା ନୂଆ ଘର ଓ ଗାଡି଼ କିଣିବାର ଆଶା ପୂରା ହେବ। ପୁରୁଣା ବିନିଯୋଗ କିମ୍ବା ଲଟେରୀରୁ ଲାଭବାନ୍ ହେବେ। ବ୍ୟବସାୟୀମାନେ ବ୍ୟବସାୟରେ ଅଗ୍ରଗତି କରିବେ। ପ୍ରେମୀମାନଙ୍କ ପାଇଁ ସମୟ ଖାସ୍ ରହିବ। ସ୍ବସ୍ଥ୍ୟ ଭଲ ରହିବ।
(Disclaimer: ଏଠାରେ ଦିଆଯାଇଥିବା ତଥ୍ୟ ଜ୍ୟୋତିଷ ଶାସ୍ତ୍ର ଉପରେ ଆଧାରିତ ଓ କେବଳ ଆପଣଙ୍କ ସୂଚନା ପାଇଁ ଦିଆଯାଇଛି। Zee Odisha News ଏହାକୁ ନିଶ୍ଚିତ କରେ ନାହିଁ। ଏହାକୁ କୌଣସି ସମାଧାନ ଭାବେ ନେବା ପୂର୍ବରୁ, ନିଶ୍ଚିତ ଭାବରେ ସମ୍ପୃକ୍ତ ବିଷୟର ଜ୍ଞାନଥିବା ଜଣେ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।)
ट्रेन्डिंग फोटोज़