Advertisement
Photo Details/zeeodisha/odisha2703772
photoDetails0hindi

Today Horoscope: ଆଜି ଏହି ରାଶିମାନଙ୍କ ପାଇଁ ଦିନଟି ରହିବ ଶୁଭ, ଏମାନେ ରୁହନ୍ତୁ ସତର୍କ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?

Horoscope Today 3 April 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଏପ୍ରିଲ୍ ୩ ହେଉଛି ଗୁରୁବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12

ମେଷ : ଆଜିର ଦିନଟି ଠିକ୍-ଠାକ୍ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟର ସହ ସମସ୍ୟା ଗୁଡିକର ମୁକାବିଲା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ଲୁଚି ରହିଥିବା ମନର ଦୁଃଖକୁ ଲୁଚାଇ ବନ୍ଧୁ ମାନଙ୍କ ସମ୍ମୁଖରେ ହସି ହସି କଥା କହିବେ ।

ALSO READ: Shani Budh Yuti 2025: ଶନି-ବୁଧଙ୍କ କୃପାରୁ ଚମକିବ ୫ରାଶିଙ୍କ ଭାଗ୍ୟ, କ୍ୟାରିୟରରେ ମିଳିବ ସଫଳତା ସହ ବଢିବ ବ୍ୟାଙ୍କ୍ ବାଲାନ୍ସ!

ALSO READ: Surya Gochar 2025: ଏପ୍ରିଲ ୧୪ରେ ସୂର୍ଯ୍ୟଙ୍କ ଚଳନ, ସୁନାପରି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ

2/12

ବୃଷ: ଆପଣଙ୍କର ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବନ୍ଧୁଙ୍କୁ କର୍ମକ୍ଷେତ୍ରରେ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ ।  ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି । ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ ।

 

3/12

ମିଥୁନ : ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।   ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ଗତି କଲେ ମଧ୍ୟ କିଛି ଅସୁବିଧା ହେବନି ।  ସାମାଜିକ ସ୍ତରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।

 

4/12

କର୍କଟ : ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ମଧ୍ୟ ହେବେ । ଅତୀତ ଦିନରୁ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ । ଆକସ୍ମିକ ଭାବରେ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ । ଗୁରୁଜନଙ୍କ ସାନ୍ତ୍ବନା ବାଣି ସାମୟିକ ଭାବରେ ମନରେ ଆଶ୍ୱସ୍ତି ଭରିପାରେ । 

5/12

ସିଂହ : କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । କର୍ମକ୍ଷେତ୍ରରେ ଜଣେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ପାରିବାରିକ କ୍ଷେତ୍ରର ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । 

 

6/12

କନ୍ୟା : କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରା ଆଦି କ୍ଷେତ୍ରରେ କାର୍ଯ୍ୟରତ ଲୋକଙ୍କ ପାଇଁ ସସୟ ଖାସ୍ ରହିବ। ବନ୍ଧୁଗହଣରେ ଅପ୍ରିୟ ସତକଥା କହି ବିରୋଧି ହୋଇପାରନ୍ତି । ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ । ଇର୍ଷାାପରାୟଣ ମନୋଭାବ ନେଇ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । 

 

7/12

ତୁଳା : ସାମ୍ବାଦିତକତା ଓ ରାଜନୀତି କ୍ଷେତ୍ରରେ କାର୍ଯ୍ୟରତ ଲୋକଙ୍କ ପାଇଁ ସମୟ ଖାସ୍ ରହିବ। ଅନ୍ୟମନସ୍କତା କାରଣରୁ କେତେକ ଭୂଲ୍‌ କରିବା ଦ୍ୱାରା ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ପରିସ୍ଥିତିକୁ ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ବନ୍ଧୁଙ୍କ ନିକଟରୁ ମିଷ୍ଟାନ୍ନ ଲାଭରୁ ମନ ଖୁସି ରହିବ । 

8/12

ବିଛା :  ଆଜି କର୍ମକ୍ଷେତ୍ରରେ ଦିନଟି ଏତେ ଖାସ୍ ରହିବ ନାହିଁ। ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେବ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୂଲ ମାର୍ଗର ଅନୁସରଣ କରିବେ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଅତୀତର କୌଣସି ଘଟଣା ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । 

 

9/12

ଧନୁ : କର୍ମକ୍ଷେତ୍ର ପ୍ରତି ଉଦାସୀନ ରହି ସମାଲୋଚିତ ହେବେ।  ଏଣୁ ଭାବିଚିନ୍ତି କାମ କରିବା ଭଲ ହେବ। ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । 

 

10/12

ମକର : ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହୋଇ ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି । ଅଫିସିଆଲି କାମରେ ଅପରାହ୍ନରେ ସମସ୍ୟାର ସମଧାନ ହୋଇଯିବ । ସାମୟିକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ । ପାରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ । 

11/12

କୁମ୍ଭ : ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ନିକଟରୁ ଦୂରେଇ ରହିବା ଭଲ ହେବ । ନଚେତ୍ ଅଯଥା ସମସ୍ୟାରେ ପଡି଼ ପାରନ୍ତି। କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବେ । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ଅସମର୍ଥିତ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । 

12/12

ମୀନ :  ଦିନଟି ଅତ୍ୟନ୍ତ ଶୁଭ ରହିବ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ  । କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ । ବନ୍ଧୁ ମାନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ । ସାମୟିକ ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତ ରହିପାରେ । ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । 

;