Shibu Soren: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ
Advertisement
Article Detail0/zeeodisha/odisha2866610

Shibu Soren: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ ହୋଇଛି। ରିପୋର୍ଟ ଅନୁସାରେ, ସେ ଗଙ୍ଗାରାମ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଜୁନ୍ ୧୯ ତାରିଖରେ ଶିବୁ ସୋରେନଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହୋଇଥିଲା, ଯାହା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ଉପରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମମନ୍ତ

Shibu Soren: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ

Shibu Soren: ନୂଆଦିଲ୍ଲୀ: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ ହୋଇଛି। ରିପୋର୍ଟ ଅନୁସାରେ, ସେ ଗଙ୍ଗାରାମ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଜୁନ୍ ୧୯ ତାରିଖରେ ଶିବୁ ସୋରେନଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହୋଇଥିଲା, ଯାହା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ଉପରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମମନ୍ତ ସୋରେନ ମଧ୍ୟ ଟ୍ୱିଟ୍ କରି ଲେଖିଛନ୍ତି ଯେ 'ଗୁରୁଜୀ ଆମ ସମସ୍ତଙ୍କୁ ଛାଡ଼ି ଚାଲିଯାଇଛନ୍ତି, ଆଜି ମୁଁ ଶୂନ୍ୟ ହୋଇଗଲି।' ଆପଣଙ୍କୁ କହି ରଖୁଛୁ ଯେ ଶିବୁ ସୋରେନ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଅନେକ ସମସ୍ୟାରେ ପୀଡିତ ଥିଲେ।

ଗଣମାଧ୍ୟମ ସଂସ୍ଥା ଅନୁଯାୟୀ, ଶିବୁ ସୋରେନ ଆଜି ସକାଳ ୮ଟା ୫୬ ମିନିଟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ବହୁତ ଦିନ ଧରି ଅସୁସ୍ଥ ଥିଲେ। ସେ କିଡନୀ ରୋଗରେ ପୀଡିତ ଥିଲେ ଏବଂ ଦେଢ଼ ମାସ ପୂର୍ବରୁ ତାଙ୍କୁ ଷ୍ଟ୍ରୋକ ମଧ୍ୟ ହୋଇଥିଲା। କୁହାଯାଉଛି ଯେ ତାଙ୍କୁ ଗତ ଏକ ମାସ ଧରି ଲାଇଫ୍ ସପୋର୍ଟ ସିଷ୍ଟମରେ ରଖାଯାଇଥିଲା। ତାଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପୁଅ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ X ରେ ଦେଇଥିଲେ।

;