Advertisement
Photo Details/zeeodisha/odisha2749332
photoDetails0hindi

Today Horoscope: ଆଜି ଦୂରଯାତ୍ରାରୁ ନିବୃତ ରୁହନ୍ତୁ ଏହିସବୁ ରାଶି, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର?

Horoscope Today 9 May 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ,ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମେ'୯ ହେଉଛି ଶୁକ୍ରବାର। ତେବେ,ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ।...

1/12

ମେଷ: ଆଜିର ଦିନଟି ଶୁଭ ରହିବ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ। ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ। ପ୍ରତ୍ୟକ କାର୍ଯ୍ୟରେ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ଆର୍ଥିକ ସ୍ଥିତି ପୂର୍ବପରି ଠିକ୍ ରହିବ ।  ପାରିବାରିକ ଜୀବନ ସୁଖରେ କଟିବ । ବାଦବିବାଦ, ମାଲିମୋକଦ୍ଦମା ଓ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ।

ALSO READ: Flight Service: ମେ'୧୦ ପର୍ଯ୍ୟନ୍ତ ଏହିସବୁ ସହରକୁ ବାତିଲ୍ ହେଲା ବିମାନ ସେବା,ଜାଣନ୍ତୁ ତାଲିକାରେ ରହିଛି କେଉଁସବୁ ସହର?

ALSO READ: Dwi Dwadash Yog 2025: ଦ୍ବି-ଦ୍ବାଦଶ ଯୋଗ ଫିଟାଇବ ଏହିସବୁ ରାଶିଙ୍କ ଭାଗ୍ୟ, କିଣିବେ ନୂଆ ଗାଡି ସହ ଘର....

2/12

ବୃଷ: ସହଭାଗୀତା ବା ପାର୍ଟନରସିପ୍ ରେ ଚାଲିଥିବା ବ୍ୟବସାୟରେ ମତଭେଦର ସମାଧାନ ହେବ । ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ଲାଭବାନ ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। 

3/12

ମିଥୁନ: ଆଜି ଦିନଟି ଠିକ୍-ଠାକ୍ ରହିବ। ବ୍ୟବସାୟୀମାନେ ବିଶେଷ ଲାଭାନ୍ୱିତ ହୋଇ ଧାର୍ମିକ ସ୍ଥାନରେ କିଛି ଦାନ କରିପାରନ୍ତି । ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। ଯାହାକୁ ନେଇ ଅସ୍ତବ୍ୟସ୍ତ ଅନୁଭବ କରିବେ। 

 

4/12

କର୍କଟ: ଆଜି କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। କ୍ରୋଧରୁ ନିଜକୁ ଦୂରେଇ ରଖନ୍ତୁ, ଦେଖିଚାହିଁ କଥା ହୁଅନ୍ତୁ। ଅଯଥା ବିବାଦରୁ ନିଜକୁ ଦୂରେଇ ରଖନ୍ତୁ। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

5/12

ସିଂହ:ଆଜି ସକାଳୁ ଦେବ ଦର୍ଶନ ନେଇ ଯୋଗ ରହିଛି। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପ୍ରତ୍ୟକ କ୍ଷେତ୍ରରେ ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ଲାଗି ରହିଥିବା ଛୋଟମୋଟ ସମସ୍ୟା ଦୂର ହେବ। ବରିଷ୍ଠ ଅଧିକାରୀଙ୍କ ପ୍ରିୟପାତ୍ର ହେବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ହାସଲ କରିବେ। 

6/12

କନ୍ୟା: ଆଜି  ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମ ସମାଧାନ କରାଇପାରନ୍ତି । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ନିଜ ଲୋକ ମିଛ କେସ୍‌ରେ ଫସାଇ ଦେବେ । ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ। ନଚେତ୍ ଯାତ୍ରାକୁ ସ୍ଥଗିତ ରଖନ୍ତୁ।  

7/12

ତୁଳା: ଆଜି ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶୀଙ୍କ ଦ୍ୱାରା କଳହ ସୃଷ୍ଟି ହୋଇପାରେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ। ସୁସ୍ୱାଦୁ ଭୋଜନ କରିବେ ।

8/12

ବିଛା: ଆଜି ପାରିବାରିକ କ୍ଷେତ୍ରରେ ହୋଇଥିବା ମନୋମାଳିନ୍ୟକୁ ଦୂର ହୋଇଯିବ। ବୁଦ୍ଧି ବିବେକ ଜ୍ଞାନ କୌଶଳ ବଳରେ ପ୍ରତ୍ୟେକଟି କ୍ଷେତ୍ରରେ ବିଜୟ ଲାଭ କରିବେ।  ରାଜନୀତି କ୍ଷେତ୍ରରେ ଅଧିକାରୀଙ୍କ ଠାରୁ ସହଯୋଗ ମିଳିବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଅପରାହ୍ନରେ କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ସହ ସମ୍ମାନିତ ହେବେ । ଚାକିରିଆଙ୍କ ପାଇଁ ଦିନଟି ଶୁଭ ରହିବ। 

9/12

ଧନୁ: କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦିରେ କାର୍ଯ୍ୟ କରୁଥିବା ଲୋକେ ଆଜି କୌଣସି ସଭା ସମିତରେ ସମ୍ମାନୀତ ହେବେ। ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ । ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।  ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ। ବ୍ୟବସାୟରେ ଅଶାନୁସାରେ ଲାଭ ପାଇବେ ନାହିଁ କିନ୍ତୁ ବନ୍ଧୁ ସାହାଯ୍ୟ କରିବେ। କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। 

10/12

ମକର: କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ପରିବାରରେ ଭାଇ ଓ ଭଉଣୀମାନଙ୍କ କଥାବାର୍ତ୍ତାକୁ ନେଇ ମନ ଭାରାକ୍ରାନ୍ତ ହେବ । 

 

11/12

କୁମ୍ଭ:ଆଜି ବ୍ୟବସାୟରେ ଲାଭ ମିଳିବା  ସହ ବାକି ପଡ଼ିଥିବା ଅର୍ଥ ଆଦାୟ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ରହିବା ସହ ସୁସ୍ୱାଦୁ ଭୋଜନ କରିବେ।  ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ।

 

12/12

ମୀନ: ଆଜି କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି। ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ।  ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ପାଇବ । ଫଳରେ ମନ ପ୍ରଫୁଲ୍ଲିତ ରହିବ ।ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। 

;