Road Accident:ଏ-ମିତିବି ଆସେ ମୃତ୍ୟୁ। କେହି କିଛି ଭାବିବା ପୂର୍ବରୁ ଓଲଟ ପାଲଟ ହୋଇଗଲା ସବୁ କିଛି । କ୍ଷଣିକ ମଧ୍ୟରେ ଚୁନା ହୋଇଗଲା ସବୁ ସ୍ବପ୍ନ। ପିଚୁ ଗାଡ଼ିକୁ ଚାପିଦେଲା ହାଇୱା। ଭୟଙ୍କର ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
Trending Photos
Road Accident:ଏ-ମିତିବି ଆସେ ମୃତ୍ୟୁ। କେହି କିଛି ଭାବିବା ପୂର୍ବରୁ ଓଲଟ ପାଲଟ ହୋଇଗଲା ସବୁ କିଛି । କ୍ଷଣିକ ମଧ୍ୟରେ ଚୁନା ହୋଇଗଲା ସବୁ ସ୍ବପ୍ନ। ପିଚୁ ଗାଡ଼ିକୁ ଚାପିଦେଲା ହାଇୱା। ଭୟଙ୍କର ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ଗାଁ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ପୋଲିସ୍ ଘଟଣାସ୍ଥରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କିଭଳି ସ୍ଥିତିରେ ଏ-ହି ଦୁର୍ଘଟଣା ଘଟିଲା ସେନେଇ ପୋଲିସ୍ ଛାନଭିନ୍ ଆରମ୍ଭ କରିଛି।
ALSO READ: Gold Rate Today: ସୁନାଦରରେ ରେକର୍ଡ ହ୍ରାସ, ଭୁବନେଶ୍ବରରେ ୬୭ ହଜାର ତଳେ ରହିଛି ଭରି ପିଛା ମୂଲ୍ୟ
ALSO READ: Worlds Most Expensive Dog: ଦୁନିଆର ସବୁଠୁ ଦାମୀ କୁକୁର: ଦାମ୍ ଜାଣିଲେ ଉଡ଼ିଯିବ ହୋସ!
ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ରେକୁଳା ଗାଁ ରାସ୍ତାରେ ପିଚୁ କାମ ଚାଲିଥିଲା । ଏହି ସମୟରେ ଏକ ହାଇୱା ଆସି ପିଚୁ ଗାଡ଼ିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୪ଜଣ ଗୁରୁତର ହୋଇଥିଲେ। ପ୍ରଥମେ ସେମାନଙ୍କୁ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ୨ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଠିକା ସଂସ୍ଥାର ଅବହେଳାରୁ ଦୁର୍ଘଟଣା ଘଟିଥିବା ଅଭିଯୋଗ ହୋଇଛି ।ତେବେ ଏହି ଘଟଣାପରେ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇଥିଲେ ।ଲୋକମାନେ ଟାୟାର ଜାଳି ରାସ୍ତା ରୋକ କରିଥିଲେ । ଏ-ନେଇ ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।