୧୯ ମାର୍ଚ୍ଚ ୨୦୨୫ (ବୁଧବାର) ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
Trending Photos
ପୁରୀ: ୧୯ ମାର୍ଚ୍ଚ ୨୦୨୫ (ବୁଧବାର) ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏଥିସହ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ସମ୍ପାଦନ କାରଣରୁ ୧୯ ଏବଂ ୨୦ ମାର୍ଚ୍ଚ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ମଧ୍ୟ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଙ୍କ ସୂଚନା ନିମନ୍ତେ ଜଣାଇଦିଆଯାଇଛି ।
ଆପଣଙ୍କୁ କହିରଖୁଛୁ ଯେ, ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରାଯାଇଥାଏ। ପରମ୍ପରା ଅନୁସାରେ, ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ଏହି ବନକଲାଗି ନୀତି ହୋଇଥାଏ। ଦ୍ବିପହର ଧୂପ ସରିବା ପରେ, ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ। ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି। ତିନି ଦାରୁ ମୂର୍ତ୍ତିଙ୍କ ମୁଖ ମଣ୍ତଳରେ ଶୃଙ୍ଖାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ। ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି। ଏମାନଙ୍କୁ ଦତ୍ତ ମହାପାତ୍ର ସେବକ କୁହାଯାଏ। ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହ ମାନଙ୍କୁ ଲଗାଇବା ଏମାନଙ୍କ ମୁଖ୍ୟ କାମ। ରଙ୍ଗ ସହିତ କସ୍ତୁରୀ କେଶର ଭଳି ଦାମୀ ସୁବାଷିତ ପଦାର୍ଥ ବ୍ୟବହୃତ ହୋଇଥାଏ। ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହୃତ ହୁଏ ନାହିଁ।
Also Read- ମା' ବାଙ୍କେଶ୍ବରୀଙ୍କ ଦର୍ଶନ କରି ଫେରୁଥିଲେ, ଘାଟିରେ ଓଲଟିଲା ପିକଅପ୍ ଭ୍ୟାନ୍