Weather News: ସପ୍ତାହର ପ୍ରଥମ ଦିନରେ ଜାଣିନିଅନ୍ତୁ ଆସନ୍ତା ୫ଦିନ ପର୍ଯ୍ୟନ୍ତ କିପରି ରହିବ ପାଣିପାଗ ।
ସେହିପରି ୨୦ ତାରିଖ ସକାଳ ୮ଟା ୩୦ରୁ ୨୧ ତାରିଖ ସକାଳ ୮ଟା ୩୦ ମଧ୍ୟରେ କିଛି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ସୋନପୁର, ବୌଦ୍ଧ, ନୂଆପଡା, ସୁନ୍ଦରଗଡ଼, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ଗଜପତି । ଏହିସବୁ ସ୍ଥାନକୁ ବିଜୁଳି ଘଡଘଡି ଏବଂ ଝଟକା ପବନ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
୨୧ ମଇରୁ ୨୨ ମଇ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହିସବୁ ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ସେହିପରି ସମାନ ଦିନ ପାଇଁ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ସୋନପୁର, ବୋଦ୍ଧ, ନୂଆପଡା, ସୁନ୍ଦରଗଡ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ସହ ଝଡକା ପବନ ହେବାର ସମ୍ଭାବନା ରହିଛି ।
୨୨ରୁ ୨୩ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବିଜୁଳି ଘଡଘଡି ସହ ଝଟକା ପବନ ହେବାର ସମ୍ଭାବନା ରହିଛି ।
ସେହିପରି ସମାନ ଦିନ ପାଇଁ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ୱଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୋଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଜୁଳି ଘଡଘଡି ସହ ଝଟକା ପବନ ହେବାର ସମ୍ଭାବନା ରହିଛି ।
୨୩ରୁ ୨୪ ତାରିଖ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ବିଜୁଳି ଘଡଘଡି ଏବଂ ଝଟକା ପବନ ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ସେହିପରି ସମାନ ଦିନ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡ଼ ଏବଂ ଝାରସୁଗୁଡା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ट्रेन्डिंग फोटोज़