School Closed: ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଉତ୍କଟ ସ୍ଥିତିରେ ପହଞ୍ଚିଛି। ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ଦୁଇ ଦିନ ପାଇଁ ଭଦ୍ରକ ଜିଲ୍ଲାର ୪ ପଞ୍ଚାୟତରେ ସ୍କୁଲ ଗୁଡିକୁ ଛୁଟି ଘୋଷଣା କରିଦିଆଯାଇଛି।
School Closed: ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଉତ୍କଟ ସ୍ଥିତିରେ ପହଞ୍ଚିଛି। ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ଦୁଇ ଦିନ ପାଇଁ ଭଦ୍ରକ ଜିଲ୍ଲାର ୪ ପଞ୍ଚାୟତରେ ସ୍କୁଲ ଗୁଡିକୁ ଛୁଟି ଘୋଷଣା କରିଦିଆଯାଇଛି।
ଏଠାରେ କହି ରଖୁ କି ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ରାଜ୍ୟରେ ବନ୍ୟା ପରିସ୍ଥିତି ଉତ୍କଟ ହୋଇଛି।
ଆଜି ଓ ଆଗାମୀ ଦୁଇ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ବନ୍ୟାରେ ୨୧ ପଞ୍ଚାୟତର ୨୯ଟି ଗାଁ ପ୍ରଭାବିତ ହୋଇଛି।
ଧାମନଗରର ୧୧ ପଞ୍ଚାୟତ, ଭଣ୍ଡାରିପୋଖରୀର ୪ଟି, ତିହିଡ଼ିର ୫ଟି ଓ ଚାନ୍ଦବାଲିର ଗୋଟିଏ ପଞ୍ଚାୟତ ପ୍ରଭାବିତ ହୋଇଛି।
ଭଦ୍ରକ ଜିଲ୍ଲାରେ ଥିବା ସୋହଡ଼ା, ପଧାନି, ଅର୍ଜୁନପୁର ଓ ହସନାବାଦ ଭଳି ୪ଟି ପଞ୍ଚାୟତ ଅଧିକ ପ୍ରଭାବିତ ହୋଇଛି।
ଏହି ୪ଟି ପଞ୍ଚାୟତରେ ଥିବା ସବୁ ସ୍କୁଲକୁ ଦୁଇ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି ବୋଲି ଭଦ୍ରକ ଜିଲ୍ଲାପାଳ ସୂଚନା ଦେଇଛନ୍ତି।
ଲୋକେ ପାଣି ଘେରରେ ଥିବାରୁ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।
ट्रेन्डिंग फोटोज़