President Droupadi Murmu: ଆଜି ଆସୁଛନ୍ତି ରାଷ୍ଟ୍ରପତି
Advertisement
Article Detail0/zeeodisha/odisha2839014

President Droupadi Murmu: ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋମବାର ଦୁଇ ଦିନିଆ ଗସ୍ତରେ ଆସି ଅପରାହ୍ଣରେ ପହଞ୍ଚିବେ। ଏହି ଦୁଇ ଦିନ ଗସ୍ତ ମଧ୍ୟରେ ସେ କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ୧୫ ତାରିଖ ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।  ୧୪ ତା

President Droupadi Murmu: ଆଜି ଆସୁଛନ୍ତି ରାଷ୍ଟ୍ରପତି

President Droupadi Murmu:ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋମବାର ଦୁଇ ଦିନିଆ ଗସ୍ତରେ ଆସି ଅପରାହ୍ଣରେ ପହଞ୍ଚିବେ। ଏହି ଦୁଇ ଦିନ ଗସ୍ତ ମଧ୍ୟରେ ସେ କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ୧୫ ତାରିଖ ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। 

୧୪ ତାରିଖରେ ସନ୍ଧ୍ୟାରେ ରାଷ୍ଟ୍ରପତି ଏମ୍‌ସ ଭୁବନେଶ୍ୱରର ପଞ୍ଚମ ସମାବର୍ତ୍ତନ ସମାରୋହରେ ଯୋଗଦେବେ। ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ଏହା‌ପରେ କଟକ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସେହିଦିନ ଅପରାହ୍ଣରେ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥିଭାବେ ଯୋଗଦେବା ସହ ‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’ ପ୍ରଦାନ କରିବେ। 

ତେବେ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଯେଭଳି କୌଣସି ତୃଟି ନହୁଏ ସେଥିପ୍ରତି କମିଶନରେଟ ପୋଲିସ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କଡ଼ି କରିଛି। ରବିବାର ଏସ୍‌ପିଜି ଟିମ୍‌ ସହ କାର୍‌କେଡ୍‌ ରିହର୍ସାଲ୍‌ ସରିଛି। ପୁଲିସ ମହାନିର୍ଦ୍ଦେଶକ ୱାଇ ବି ଖୁରାନିଆ, ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ, ପୁଲିସ କମିସନର ଏସ୍‌. ଦେବଦତ୍ତ ସିଂହ, ଅତିରିକ୍ତ ପୁଲିସ କମିସନର ନରସିଂହ ଭୋଳ, ଡିସିପି ଜଗମୋହନ ମୀନା ପୂରା ପ୍ରସ୍ତୁତି ବ୍ୟବସ୍ଥାର ତଦାରଖ କରିଛନ୍ତି। 

;