Puri News: ବନକଲାଗି ନୀତି ପାଇଁ ଆଜି ୪ ଘଣ୍ଟା ଦର୍ଶନ ବନ୍ଦ
Advertisement
Article Detail0/zeeodisha/odisha2860809

Puri News: ବନକଲାଗି ନୀତି ପାଇଁ ଆଜି ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଯଦି ଆଜି ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଯାଉଛନ୍ତି ତେବେ ଏହି ଖବରଟି ଆପଣଙ୍କ ପାଇଁ। ଆଜି ବନକଲାଗି ନୀତି ପାଇଁ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ

Puri News: ବନକଲାଗି ନୀତି ପାଇଁ ଆଜି ୪ ଘଣ୍ଟା ଦର୍ଶନ ବନ୍ଦ

Puri News: ପୁରୀ: ଯଦି ଆଜି ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଯାଉଛନ୍ତି ତେବେ ଏହି ଖବରଟି ଆପଣଙ୍କ ପାଇଁ। ଆଜି ବନକଲାଗି ନୀତି ପାଇଁ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ, ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ଧରି ଶ୍ରୀମନ୍ଦିରର ସମସ୍ତ ଚାରି ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ ।

;