Rahu Rekha Lagi Niti: ଆସନ୍ତାକାଲି ଶ୍ରୀଜିଉଙ୍କ ରାହୁରେଖା ଲାଗି ନୀତି, ଏତିକି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
Advertisement
Article Detail0/zeeodisha/odisha2877232

Rahu Rekha Lagi Niti: ଆସନ୍ତାକାଲି ଶ୍ରୀଜିଉଙ୍କ ରାହୁରେଖା ଲାଗି ନୀତି, ଏତିକି ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Rahu Rekha Niti: ଆସନ୍ତାକାଲି ୧୩.୮.୨୦୨୫ ରିଖ , ବୁଧବାର ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ପ୍ରଥମ ଭୋଗମଣ୍ତପ ଶେଷ ହେବା ପରେ ଆପାତତଃ ଅପରାହ୍ନ ଘ. ୨.୩୦ ମିନିଟ୍ ଠାରୁ ସନ୍ଧ୍ୟା ଘ ୬.୩୦ ମିନିଟ୍ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଏଣୁ ଏତିକି ସମୟ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।

ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତ ମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ। ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ  ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ। ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ ।ତେବେ ସ୍ନାନ ପୂର୍ଣ୍ଣୀମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପିଡୀତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା।
 
ତେବେ ପୁନର୍ବାର  ଦେଉଳକରଣ, ତଢଉ କରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ। ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ। ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ। ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ।
 
;