Puri News: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି,ଶେଷ ହେବ ସାହିଯାତ
Advertisement
Article Detail0/zeeodisha/odisha2726553

Puri News: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି,ଶେଷ ହେବ ସାହିଯାତ

Puri News: ଶ୍ରୀମନ୍ଦିରରେ ରାମାଭିଷେକ ନୀତି। ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଆଜି ରାତିରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଏଥି ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ ।

Puri News: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି,ଶେଷ ହେବ ସାହିଯାତ

Puri News: ଶ୍ରୀମନ୍ଦିରରେ ରାମାଭିଷେକ ନୀତି। ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଆଜି ରାତିରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଏଥି ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ । ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ । ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇ ଶ୍ରୀରାମ,ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ । 

ଦୁଇ ସେବାୟତ ଭରତ ଓ ଶତ୍ରୁଘନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଂଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିବେ । ତ୍ରେତୟା ଯୁଗରେ ମହାପ୍ରଭୁ ଅଯୋଧ୍ୟା ଧାମରେ ଶ୍ରୀରାମଙ୍କ ରୂପରେ ଜନ୍ମ ନେଇଥିଲେ | ଯେହେତୁ ଶ୍ରୀରାମ ମହାପ୍ରଭୁଙ୍କ ଅବତାରୀ ସେହି ଦୃଷ୍ଟିରୁ ପ୍ରତିବର୍ଷ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଠାରୁ ରାମାଭିଷେକ ନୀତି ପାଳନ କରାଯାଇ ଆସୁଛି । 

;