ବନ୍ୟା ମୁକାବିଲା ନେଇ ରାଜସ୍ବ ମନ୍ତ୍ରୀଙ୍କ ବୈଠକ
Advertisement
Article Detail0/zeeodisha/odisha2855340

ବନ୍ୟା ମୁକାବିଲା ନେଇ ରାଜସ୍ବ ମନ୍ତ୍ରୀଙ୍କ ବୈଠକ

ରାଜୀବ ଭବନରେ ରାଜସ୍ବ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ସାମିଲ୍ ହୋଇଥିଲେ । ପ୍ରବଳ ବର୍ଷା କାରଣରୁ ମହାନଦୀ ଓ ବ୍ରାହ୍ମଣୀ ନଦୀରେ ବନ୍ୟା ଆଶଙ୍କା ରହିଛି ।

ବନ୍ୟା ମୁକାବିଲା ନେଇ ରାଜସ୍ବ ମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର: ସମ୍ଭାବ୍ୟ ବନ୍ୟା ମୁକାବିଲା ନେଇ ସରକାରୀ ସ୍ତରରେ ଏକ ବଡ଼ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜୀବ ଭବନରେ ରାଜସ୍ବ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ସାମିଲ୍ ହୋଇଥିଲେ । ପ୍ରବଳ ବର୍ଷା କାରଣରୁ ମହାନଦୀ ଓ ବ୍ରାହ୍ମଣୀ ନଦୀରେ ବନ୍ୟା ଆଶଙ୍କା ରହିଛି ।

ଅନ୍ୟପଟେ, ଆସନ୍ତାକାଲି କଟକ ଜିଲ୍ଲାରେ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ୍ କରାଯାଇଛି । ପ୍ରବଳ ବର୍ଷା ଓ ଜଳବନ୍ଦୀ ପରିସ୍ଥିତି ଦୃଷ୍ଟିରୁ ଛୁଟି ବାତିଲ୍ ଘୋଷଣା । କାଲି ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ ଏବଂ ଅଧିକାରୀ ଓ କର୍ମଚାରୀଙ୍କୁ ଅଫିସ୍‌ରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଟ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାକୁ ଯାଉଛି ଅବପାତ । ଫଳରେ ରାଜ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇ କହିଛନ୍ତି ଯେ, ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ୧୦ଟି ଜିଲ୍ଲାକୁ ଅରେଞ୍ଜ ଓ ୧୮ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ବାରଣ କରାଯାଇଛି । ଅନ୍ୟପଟେ, ଗତ ୨୪ ଘଣ୍ଟାରେ କୋରାପୁଟ କୋଟପାଡରେ ୧୨୯.୦ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଅବପାତ ବର୍ଷାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି SRC । ସବୁ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି SRC । ମୟୂରଭଞ୍ଜ, କେନ୍ଦୁଝରରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୮ ତାରିଖ ଯାଏଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

Also Read- Weekly lucky zodiac sign: ନୂଆ ସପ୍ତାହରେ ଧନ ଲକ୍ଷ୍ମୀ ଯୋଗ, ୫ ରାଶି ପାଇବେ ଲାଭ

Also Read- ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ 869.8 କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

;