Odisha Crime News: ଛୁରାମାଡ଼ରେ କଣ୍ଟ୍ରାକ୍ଟର ମୃତ , ଅଭିଯୁକ୍ତ ଗିରଫ
Advertisement
Article Detail0/zeeodisha/odisha2681886

Odisha Crime News: ଛୁରାମାଡ଼ରେ କଣ୍ଟ୍ରାକ୍ଟର ମୃତ , ଅଭିଯୁକ୍ତ ଗିରଫ

Odisha Crime News: ଏଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଅନ୍ୟପକ୍ଷରେ ମଦ ପିଇବାକୁ ନ ଦେବାରୁ ପପୁନ ଛୁରୀ ଭୂଷି ଏଭଳି କାଣ୍ଡ କରିଥିବା ଶୁଣିବାକୁ ମିଳୁଛି । ସ୍ଥାନୀୟ ଲୋକେ ପପୁନକୁ କାବୁ କରି ନିର୍ଧୁମ ଛେଚିବା ପରେ ପୁଲିସକୁ ହସ୍ତାନ୍ତର କରିଥିଲେ ।  ପୁଲିସ ଅଭିଯୁକ୍ତ ପପୁନକୁ ଥାନାରେ ଅଟକ ରଖି ତଦନ୍ତ କରୁଛି ।

 

Odisha Crime News: ଛୁରାମାଡ଼ରେ କଣ୍ଟ୍ରାକ୍ଟର ମୃତ , ଅଭିଯୁକ୍ତ ଗିରଫ

Odisha Crime News: ପ୍ରେମାନନ୍ଦ ପୂଜାରୀ- ଛୁରା ମାଡ଼ରେ ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳର କଣ୍ଟ୍ରାକ୍ଟର  ଟି.ରାମଚନ୍ଦ୍ର  ପାତ୍ରଙ୍କ ମୃତ୍ୟୁ ଘଟିଛି । ପପୁନ ସାବତ (୩୨)ଓରଫ ଚନ୍ଦନ ନାମକ ଜଣେ ଯୁବକ ତାଙ୍କୁ ଛୁରୀ ଭୂଷିଥିବା  ହତ୍ୟା କରିଥିବା ଅଭିଯୋଗ ହେବା ପରେ ପୋଲିସ ତୁରନ୍ତ ପଦକ୍ଷେପ ଗ୍ରହଣ କରି ଅଭିଯୁକ୍ତ ପପୁନକୁ ଗିରଫ କରିଛି । ହୋଲି ଖେଳିବା ପରେ ରାମ ନିଜ ଘରେ ଅନ୍ୟ ଏକ ସାଙ୍ଗସହ ବସି କଥାହେଉଥିବା ବେଳେ ପପୁନ ଆସିଥିଲା  । କିଛି ସମୟ ପରେ କୌଣସି କାରଣକୁ ନେଇ ପପୁନ ଓ ରାମ ମଧ୍ୟରେ ବଚସା ହୋଇଥିଲା । 

ପରେ ପପୁନ ଏକ ଛୁରୀ ସାହାଯ୍ୟରେ ରାମଙ୍କ ବେକୁ ଆକ୍ରମଣ କରିବାରୁ ସେ ଗୁରୁତର ଆହତ ହୋଇଥିଲେ । ଗୁରୁତର ଅବସ୍ଥାରେ ରାମ ଉଦ୍ଧାର କରାଯାଇ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ଏଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଅନ୍ୟପକ୍ଷରେ ମଦ ପିଇବାକୁ ନ ଦେବାରୁ ପପୁନ ଛୁରୀ ଭୂଷି ଏଭଳି କାଣ୍ଡ କରିଥିବା ଶୁଣିବାକୁ ମିଳୁଛି । ସ୍ଥାନୀୟ ଲୋକେ ପପୁନକୁ କାବୁ କରି ନିର୍ଧୁମ ଛେଚିବା ପରେ ପୁଲିସକୁ ହସ୍ତାନ୍ତର କରିଥିଲେ ।  ପୁଲିସ ଅଭିଯୁକ୍ତ ପପୁନକୁ ଥାନାରେ ଅଟକ ରଖି ତଦନ୍ତ କରୁଛି ।

ତେବେ ମୃତକ ଓ ହତ୍ୟାକାରୀଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ରହିଥିଲା କି ନାହିଁ ତାହା ପୁଲିସର ତଦନ୍ତ ପରେ ହିଁ ଜଣାପଡ଼ିବ ବୋଲି ପୁଲିସ କହିଛି । ଅନ୍ୟପକ୍ଷରେ ହତ୍ୟା ପଛର ପ୍ରକୃତ କାରଣ ସ୍ପଷ୍ଟ  କରିବା ପାଇଁ ପୁଲିସ ତଦନ୍ତ ଜାରି ରଖିଛି।

;