Odisha Panipaga: ସୃଷ୍ଟି ହେଲା ଅବପାତ । ଦକ୍ଷିଣପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା, ବାଂଲାଦେଶ ଉପକୂଳ ଅଞ୍ଚଳରେ ସକ୍ରିୟ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଏହା ଆଗାମୀ ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ଗତି କରିବ । ଏହାର ପ୍ରଭାବରେ ଅତି ପ୍ରବଳ ବର୍ଷା ନେଇ ରାଜ୍ୟକୁ ରେଡ଼ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଗତକାଲି ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ।
Also Read: Budh Ast 2025: ୧୮ ଜୁଲାଇରେ କର୍କଟ ରାଶିରେ ଅସ୍ତହେବେ ବୁଧ, ଏହି ୪ ରାଶିର ହେବ ଭାଗ୍ୟୋଦୟ
Also Read: FM College Tragedy: ସବୁ କଲେଜରେ ତୁରନ୍ତ ଇଣ୍ଟରନାଲ କମିଟି ଗଢିବାକୁ ଉଚ୍ଚଶିକ୍ଷା ବିଭାଗର ଚିଠି
ଭୀଷଣ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
୨୪ଘଣ୍ଟା ପାଇଁ ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାକୁ ଅରେଞ୍ଜ ଆଲର୍ଟ ସହ ଅନ୍ୟ ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ବନ୍ଦରଗୁଡିକୁ ସତର୍କ ସୂଚନା ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ୨୪ଘଣ୍ଟା ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ହୋଇଛି ।
ତେବେ ପ୍ରବଳ ବର୍ଷା କାରଣରୁ ବ୍ରାହ୍ମଣୀ ଓ ମହାନଦୀକୁ ଅଧିକ ପାଣି ଆସିପାରେ । ବିଶେଷକରି ଉତ୍ତର ଓଡ଼ିଶାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ, କିଛି ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା ରହିଛି ।
ट्रेन्डिंग फोटोज़