Odisha Panipaga: ରାଜ୍ୟରେ ମଧ୍ୟାହ୍ଣ ଓ ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ଏବେ ରହିଛି । ଏହାସହ ୧୨ ଓ ୧୩ ତାରିଖ ମଧ୍ୟରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଥିବାରୁ ୧୨ ରୁ ବର୍ଷାର ପରିମାଣ ବଢିପାରେ। ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଆସନ୍ତୁ ଆଜି ଅର୍ଥାତ୍ ୧୦ ଅଗଷ୍ଟ ରବିବାରରେ ରାଜ୍ୟରେ ପାଣିପାଗ ସ୍ଥିତି କେମିତି ରହିବ।
ଆଜି ଗଞ୍ଜାମ, ଗଜପତି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ରେ ବର୍ଷାର ସମ୍ଭାବନା ରହିଛି।
Also Read: Today Horoscope: ୧୦ ଅଗଷ୍ଟ ରବିବାର...କେମିତି କଟିବ ଦିନ ପଢନ୍ତୁ ଆଜିର ରାଶିଫଳ
Also Read: Yuti 2025: ମିଥୁନ ରାଶିରେ ଚନ୍ଦ୍ର ସହ ଶୁକ୍ର ଓ ଗୁରୁଙ୍କ ମହାମିଳନ...୩ ରାଶି ହେବେ ଭାଗ୍ୟବାନ୍
ସେହିପରି ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ଯାହା ର ବେଗ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଅନ୍ୟପଟେ ଆସନ୍ତାକାଲି ତଥା ୧୧ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ।
ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ହେବାର ମଧ୍ୟ ସମ୍ଭାବନା ରହିଛି ।
ट्रेन्डिंग फोटोज़