Advertisement
Photo Details/zeeodisha/odisha2873401
photoDetails0hindi

Subhadra Installment: ଆଜି ଆସିବ ସୁଭଦ୍ରା ତୃତୀୟ କିସ୍ତି, ଏକକାଳୀନ ୧ କୋଟି ହିତାଧିକାରୀଙ୍କୁ ମିଳିବ ୫ ହଜାର

Subhadra Installment:  ଆଜି ଆସିବ ସୁଭଦ୍ରା ତୃତୀୟ କିସ୍ତି । ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ବ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଟଙ୍କା ବାଣ୍ଟିବେ । ପରେ ସମସ୍ତ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ । 

 

1/5

ଆଜି ଏକ କାଳୀନ ୧ କୋଟି ହିତାଧିକାରୀଙ୍କ ଖାତାକୁ ଯିବ ୫ ହଜାର ଟଙ୍କା । ତେବେ ଯେଉଁ ହିତାଧିକାରୀ ଭାବେ ପ୍ରଥମ ଦୁଇଟି କିସ୍ତିରେ ଟଙ୍କା ପାଇନାହାନ୍ତି, ସେମାନଙ୍କୁ ମଧ୍ୟ ଟଙ୍କା ପ୍ରଦାନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । 

Also Read: Odisha Panipaga: ପୁରୀ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା...ପୂରା ରାଜ୍ୟକୁ ମିଳିଛି ଅରେଞ୍ଜ ୱାର୍ଣ୍ଣିଂ

Also Read: Raksha Bandhan 2025: ରାକ୍ଷୀ ପୂର୍ଣ୍ଣିମାରେ ରାକ୍ଷୀ ବାନ୍ଧିବା ସମୟରେ କେତୋଟି ଗଣ୍ଠି ପକାଇବା ଉଚିତ୍, ଜାଣିରଖନ୍ତୁ

2/5

ଏଠାରେ କହିରଖୁଛୁ ଯେ, ଏପର୍ଯ୍ୟନ୍ତ ୨ଲକ୍ଷ ହିତାଧିକାରୀ ବାଦ୍ ପଡ଼ିଛନ୍ତି । ସେମାନଙ୍କୁ ଯୋଡ଼ିବା ପାଇଁ ଆଉ ଥରେ ସର୍ଭେ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। କାରଣ  ୯୩ ହଜାର ହିତାଧିକାରୀ ମହିଳାଙ୍କୁ ୬୦ ବର୍ଷ ପୂରିଥିବାରୁ ବିଭାଗ ସେମାନଙ୍କୁ ଭତ୍ତା ପାଇଁ ଏସଏସଇପିଡିକୁ ପଠାଇଛି । 

3/5

ସୂଚନାଯୋଗ୍ୟ ଯେ ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ଜଣ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି । ସେହିପରି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି । 

4/5

ସୂଚନା ରହିଛି ଯେ, ପ୍ରଥମ କିସ୍ତି ଟଙ୍କା ଗତବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାର ମା ଭଉଣୀ ମାନଙ୍କୁ ପ୍ରଦାନ କରାଯାଇଥିଲା । ଏହା ପରେ ଚଳିତବର୍ଷ ମହିଳା ଦିବସରେ ଦ୍ବିତୀୟ କିସ୍ତି ଦିଆଯାଇଥିଲା । 

5/5

ସେହିପରି ନିର୍ବାଚନୀ ପ୍ରତିଶ୍ରୁତିରେ ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ସୁଭଦ୍ରା ଟଙ୍କା ଦେବାକୁ ସରକାର ନିଷ୍ପତ୍ତି ନେଇଥିଲେ । ସେହି ଆଧାରରେ ଆଜି ରାକ୍ଷୀ ପୂର୍ଣ୍ଣିମାରେ ହିତାଧିକାରୀଙ୍କ ଖାତାକୁ ଯିବ ସୁଭଦ୍ରା ଟଙ୍କା ।

;