Gold And Silver Price Today: ଜୁନ ମାସ ଆରମ୍ଭରୁ ସୁନା ଭରି ପିଛା ମୂଲ୍ୟରେ ଅସ୍ଥିରତା ଦେଖିବାକୁ ମିଳିଛି। ଆଜିର ବଜାର ଦର ଅନୁଯାୟୀ ୧୪ କ୍ୟାରେଟ ସୁନା ୬୦ ହଜାର ଡେଇଁଛି। ଆଜି ସୁନାଦର ଭରିପିଛା ମୂଲ୍ୟରେ ବୃହତ ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି। ଆଜି ୧୨ ଜୁନ ୨୦୨୫ ଗୁରୁବାର ଉଭୟ ୨୨ କ୍ୟାରେଟ ଓ ୨୪ କ୍ୟାରେଟରେ ଦରରେ ଯଥାକ୍ରମେ ୮୦୦ ଓ ୮୮୦ ଟଙ୍କା ବୃଦ୍ଧି ପାଇଛି। ସେପଟେ ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ ସୁନା ଭରି ପିଛା ମୂଲ୍ୟ ୬୦ ହଜାର ଡେଇଁଛି।

ବୁଲିଅନ ବଜାରର ଗୁରୁବାର ଦର ଅନୁଯାୟୀ ୧୪ କ୍ୟାରେଟ ସୁନା ଭରି ପିଛା ମୂଲ୍ୟରେ ବୃଦ୍ଧି ପାଇ ୬୨୦୭୦ ଟଙ୍କାରେ ପହଞ୍ଚିଛି। ୧୮ କ୍ୟାରେଟ ସୁନା ଭରି ପିଛା ୭୭୯୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଭରି ପିଛା ୯୩୯୩୦ ଟଙ୍କାରେ ବ୍ୟବସାୟ କରିଛି।
୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ଆଜି ୮୫୬୫୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୯୬୨୪୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।
Gold And Silver Price Today: ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ଗୁରୁବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ମୂଲ୍ୟରେ ବୃଦ୍ଧି ଘଟିଛି।
୨୨ କ୍ୟାରେଟ ସୁନାର ଭରି ପିଛା ୮୦୦ ଟଙ୍କା ବୃଦ୍ଧି ପାଇ ୯୧୦୦୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ୮୮୦ ଟଙ୍କା ବୃଦ୍ଧି ଏକ ଲକ୍ଷ ଟଙ୍କା ପାଖାପାଖି ପହଞ୍ଚିଛି। ଆଜି ୨୪ କ୍ୟାରେଟ୍ ସୁନା ଭରି ପିଛା ୯୯୨୮୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୯୧୦୦୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୯୯୨୮୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।
ट्रेन्डिंग फोटोज़