Advertisement
Photo Details/zeeodisha/odisha2800363
photoDetails0hindi

Gold Rate: ସୁନା ଗ୍ରାହକଙ୍କୁ ବଡ଼ ଝଟକା, ସପ୍ତାହ ଶେଷରେ ଭରି ପିଛା ମୂଲ୍ୟରେ ବୃହତ ବୃଦ୍ଧି

ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ।  ​

 

1/7

Gold And Silver Price Today: ସୁନା ଗ୍ରାହକଙ୍କୁ ବଡ଼ ଝଟକା। ସପ୍ତାହ ଶେଷ ଆଡକୁ ଭରି ପିଛା ଏକ ଲକ୍ଷ ଟଙ୍କା ଛୁଇଁଛି ଦର। ଆଜି ବଜାର ଆରମ୍ଭରୁ ସୁନା ଭରି ପିଛା ମୂଲ୍ୟରେ ବୃହତ ବୃଦ୍ଧି ଦେଖିବାକୁ ମିଳିଥିଲା।  ଆଜି ୧୪ ଜୁନ ଶନିବାର ବଜାର ଦର ଅନୁଯାୟୀ ଉଭୟ ୨୨ କ୍ୟାରେଟ ଓ ୨୪ କ୍ୟାରେଟରେ ଦରରେ ଯଥାକ୍ରମେ ୨୫୦ ଓ ୨୮୦ ଟଙ୍କା ବୃଦ୍ଧି ପାଇଛି। ସେପଟେ ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ମୂଲ୍ୟ ୬୦ ହଜାର ଡେଇଁଛି। 

2/7

ବୁଲିଅନ ବଜାରର ଶୁକ୍ରବାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ମୂଲ୍ୟରେ ବୃଦ୍ଧି ପାଇ ୬୩୮୯୦ ଟଙ୍କାରେ ପହଞ୍ଚିଛି। ୧୮ କ୍ୟାରେଟ ସୁନା ଭରି ପିଛା ୮୦୨୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଭରି ପିଛା ୯୬୬୮୦ ଟଙ୍କାରେ ବ୍ୟବସାୟ କରିଛି। 

3/7

୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ଆଜି ୮୮୧୬୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୯୯୦୬୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।

4/7

Gold And Silver Price Today:  ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ଶନିବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ମୂଲ୍ୟରେ ବୃଦ୍ଧି ଘଟିଛି। 

5/7

୨୨ କ୍ୟାରେଟ ସୁନାର ଭରି ପିଛା ୨୫୦ ଟଙ୍କା ବୃଦ୍ଧି ପାଇ ୯୩୨୦୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି। 

6/7

ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ୨୮୦ ଟଙ୍କା ବୃଦ୍ଧି ଏକ ଲକ୍ଷ ଟଙ୍କା ଡେଇଁଛି। ଆଜି ୨୪ କ୍ୟାରେଟ୍ ସୁନା ଭରି ପିଛା ୧,୦୧,୬୮୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି। 

 

7/7

ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୯୩୨୦୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା  ୧,୦୧,୬୮୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ। 

;