ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ।
Gold And Silver Price Today: ସୁନା ଗ୍ରାହକଙ୍କୁ ଲାଗିଲା ଝଟକା। ସପ୍ତାହ ଆରମ୍ଭରୁ ବଢିଲା ଭରି ପିଛା ମୂଲ୍ୟ। ଫଳରେ ଭରି ପିଛା ମୂଲ୍ୟ ଏକ ଲକ୍ଷ ଛୁଇଁଛି। ସେପଟେ ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ମୂଲ୍ୟ ୬୦ ହଜାର ଡେଇଁଛି।
ସୋମବାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ୬୩୩୭୦ ଟଙ୍କାରେ ପହଞ୍ଚିଛି। ୧୮ କ୍ୟାରେଟ ସୁନା ଭରି ପିଛା ୭୯୫୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଭରି ପିଛା ୯୫୮୯୦ ଟଙ୍କାରେ ବ୍ୟବସାୟ କରିଛି।
୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ଆଜି ୮୭୪୪୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୯୮୨୪୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।
Gold And Silver Price Today: ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ସୋମବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ମୂଲ୍ୟରେ ବୃଦ୍ଧି ଘଟିଛି।
୨୨ କ୍ୟାରେଟ ସୁନାର ଭରି ପିଛା ୧୦୦ ଟଙ୍କା ବୃଦ୍ଧି ପାଇ ୯୧୮୦୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ମୂଲ୍ୟ ଏକ ଲକ୍ଷ ଟଙ୍କା ଛୁଇଁଛି। ଆଜି ୨୪ କ୍ୟାରେଟ୍ ସୁନା ଭରି ପିଛା ୧୧୦ ଟଙ୍କା ବୃଦ୍ଧି ପାଇ ୧୦୦୧୫୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୯୧୮୦୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୧୦୦୧୫୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।
ट्रेन्डिंग फोटोज़