ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ।
ମଙ୍ଗଳବାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ୬୩୫୦୦ ଟଙ୍କାରେ ପହଞ୍ଚିଛି। ୧୮ କ୍ୟାରେଟ ସୁନା ଭରି ପିଛା ୭୯୭୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଭରି ପିଛା ୯୬୦୮୦ ଟଙ୍କାରେ ବ୍ୟବସାୟ କରିଛି।
୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ଆଜି ୮୭୬୨୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୯୮୪୫୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।
Gold And Silver Price Today: ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ମଙ୍ଗଳବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ମୂଲ୍ୟରେ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି।
୨୨ କ୍ୟାରେଟ ସୁନାର ଭରି ପିଛା ୧୦୦ ଟଙ୍କା ହ୍ରାସ ପାଇ ୯୧୫୦୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ମୂଲ୍ୟ ଏକ ଲକ୍ଷ ଟଙ୍କା ତଳକୁ ଖସି ଆସିଛି। ଆଜି ୨୪ କ୍ୟାରେଟ୍ ସୁନା ଭରି ପିଛା ୧୧୦ ଟଙ୍କା ହ୍ରାସ ପାଇ ୯୯୮୨୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୯୧୫୦୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୯୯୮୨୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।
ट्रेन्डिंग फोटोज़