ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଥିପାଇଁ ସରକାର ଏକ ଆପ୍ ପ୍ରସ୍ତୁତ କରିଛନ୍ତି। ବିଏସ୍ କେୟାର ଆପ୍ ସହିତ ଗ୍ରାହକମାନେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ, ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ ନାହିଁ, ବରଂ ଏହା ସହିତ ଜଡିତ କୌଣସି ଅଭିଯୋଗ ମଧ୍ୟ କରିପାରିବେ।
Gold And Silver Price Today: ଶୁକ୍ରବାର ପୁଣି ଥରେ ସୁନା ଭରି ପିଛା ମୂଲ୍ୟରେ ବୃହତ ବୃଦ୍ଧି ଦେଖିବାକୁ ମିଳିଛି। ଫଳରେ ସୁନା ଭରି ପିଛା ମୂଲ୍ୟ ଏକ ଲକ୍ଷ ଛୁଇଁଛି। ସେପଟେ ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ମୂଲ୍ୟ ୬୦ ହଜାର ଡେଇଁଛି।
ଶୁକ୍ରବାର ଦର ଅନୁଯାୟୀ ୧୪ କ୍ୟାରେଟ୍ ସୁନା ଭରି ପିଛା ୬୪୯୫୦ ଟଙ୍କାରେ ପହଞ୍ଚିଛି। ୧୮ କ୍ୟାରେଟ ସୁନା ଭରି ପିଛା ୮୧୫୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଭରି ପିଛା ୯୮୨୯୦ ଟଙ୍କାରେ ବ୍ୟବସାୟ କରିଛି।
୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ଆଜି ୮୯୬୩୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୧୦୦୭୦୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।
Gold And Silver Price Today: ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ଶୁକ୍ରବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ମୂଲ୍ୟରେ ଯଥାକ୍ରମେ ଭରି ପିଛା ୭୦୦ ଓ ୭୬୦ ଟଙ୍କା ବୃଦ୍ଧି ଘଟିଥିବା ଦେଖିବାକୁ ମିଳିଛି।
୨୨ କ୍ୟାରେଟ ସୁନାର ଭରି ପିଛା ୯୪୭୦୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ମୂଲ୍ୟ ଏକ ଲକ୍ଷ ପାର କରିଛି। ଆଜି ୨୪ କ୍ୟାରେଟ୍ ସୁନା ଭରି ପିଛା ୭୬୦ ଟଙ୍କା ବୃଦ୍ଧି ଘଟି ୧,୦୩,୩୧୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୯୪୭୦୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୧,୦୩,୩୧୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।
ट्रेन्डिंग फोटोज़