Weather Report: ଆସନ୍ତାକାଲି ରାଜ୍ୟ ସାରା ବର୍ଷା...୨୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କଲା ବିଭାଗ
Rashmita Sahoo|Jul 18, 2025, 07:13 PM
Weather Report: ଜୁଲାଇ ୧୯ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ବର । ଏହିସବୁ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।