Weather Report: ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ପ୍ରବଳ ବର୍ଷା ନେଇ ସତର୍କତା
Rashmita Sahoo|Jul 22, 2025, 02:00 PM
Weather Report: ଜୁଲାଇ ୨୨ ତାରିଖ ପାଇଁ ମଧ୍ୟ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ ଓ ରାୟଗଡ଼ା ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।