ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ୨୦ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ଯକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପଭି ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ । କ୍ୟାବିନେଟ ବୈଠକରେ ମୋଟ ୫ ଟି ବିଭାଗର ୫ ଟି ପ୍ରସ୍ତାବ ଆଗତ କରାଯାଇଥିଲା ଓ ସମସ୍ତ ପ୍ରସ୍ତାବ ଗୁଡ଼ିକ ଆଲୋଚନା ପରେ ଅନୁମୋଦନ କରାଯାଇଥିଲା ।