Weather Report: ଆସନ୍ତାକାଲି ପୁରୀ, ଖୋର୍ଦ୍ଧା ନୟାଗଡ଼,ବାଲେଶ୍ବର, କଟକ, ଜଗତସିଂହପୁର, ଗଞ୍ଜାମ ଓ ଗଜପତିରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । କିନ୍ତୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷିପାରେ। ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ୩ ଦିନ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ସୁନ୍ଦରଗଡ଼, ସମ୍ବଲୁପର, କେନ୍ଦୁଝର ଓ ମୟୁରଭଞ୍ଜରେ ହେବ ପ୍ରବଳ ବର୍ଷା । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।