Weather News: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ମଙ୍ଗଳବାର ଜୁଲାଇ ୨୯ ତାରିଖରେ ୨୦ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୫ ଜିଲ୍ଲା ହେଉଛି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ।