Weather News: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ। ଆଜି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଗୁରୁବାର ଜୁଲାଇ ୨୪ ତାରିଖରେ ସମସ୍ତ ୩୦ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।