Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନା ଦର ବୃଦ୍ଧି ପାଇଥିବା ବେଳେ ଆଜି ଦରରେ ବ୍ରେକ୍ ଲାଗିଛି। ଯାହା ଗ୍ରାହକଙ୍କୁ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୦,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୮,୬୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦରରେ ଆଜି କୌଣସି ପ୍ରକାର ପରିବର୍ତ୍ତନ ହୋଇନି।
ALSO READ: Odisha Weather Report:ଏଥର ଆଗୁଆ ଆସିବ ମୌମୁମୀ! ବିଜୁଳି ଘଡ଼ଘଡି଼ ସହ ଭୀଷଣ ବର୍ଷା ନେଇ ୮ଜିଲ୍ଲାକୁ ଆଲର୍ଟ
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୦,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୮,୮୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନି।
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୦,୪୫୦ ଟଙ୍କା ରହିଥି୍ବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୮,୬୮୦ ଟଙ୍କା ରହିଛି। ଏଠାରେ ଦର ସ୍ଥିର ରହିଛି।
ସେହିପରି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୦,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୮,୬୮୦ ଟଙ୍କା ରହିଛି। ଏଠାରେ ମଧ୍ୟ ଦର ଅପରିବର୍ତ୍ତିତ ରହିଛି।
ଅନ୍ୟପଟେ ଓଡି଼ଶାରେ ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୯୦,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୮,୬୮୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୭୪,୦୧୦ ଟଙ୍କା ରହିଛି। ଏଠାରେ ମଧ୍ୟ ସୁନାଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ।
ट्रेन्डिंग फोटोज़