Advertisement
Photo Details/zeeodisha/odisha2759339
photoDetails0hindi

Heavy Rain Alert in Odisha: ବଜ୍ରପାତ ସହ ଝଡ଼ ତୋଫାନ, ଏହି ୧୧ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି...

Heavy Rain Alert in Odisha: ରାଜ୍ୟରେ ଲାଗି ରହିଛି କାଳବୈଶାଖୀ ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ଣରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। ଅନେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଦେଖିବାକୁ ମିଳିଛି। 

1/5

୧୫ ରୁ ୧୮ ମଇ ୨୦୨୫ ମଧ୍ୟରେ ଓଡିଶାର ଅନେକ ଜିଲ୍ଲାଗୁଡ଼ିକରେ ବିଜୁଳି, ଝଡ଼ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି।

2/5

ଆସନ୍ତା କାଲି ଶୁକ୍ରବାର ବିଜୁଳି-ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୧୪ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୧୧ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। 

3/5

ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୪ ଜିଲ୍ଲା ହେଉଛି ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, ଜଗତସିଂହପୁର, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, ସୁନ୍ଦରଗଡ଼ ଓ ବରଗଡ଼।

4/5

ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୧୧ ଜିଲ୍ଲା ହେଉଛି ନବରଙ୍ଗପୁର, କୋରାପୁଟ, ମାଲକାନାଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ।

5/5

ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୪୦-୫୦ କିମି ଓ ୫୦-୬୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି କରାଯାଇଛି।   

;