Heavy Rain Alert: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଗୁରୁବାର ୧୯ ତାରିଖରେ ସମସ୍ତ ୩୦ ଜିଲ୍ଲାରେ ବର୍ଷା ଘଡ଼ଘଡ଼ି ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
୨ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୨ ଜିଲ୍ଲା ପାଇଁ ରେଡ୍ ଆଲର୍ଟ, ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ ଓ ୨୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
୧୮ ଓ ୧୯ ତାରିଖରେ ରାଜ୍ୟରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୪୦-୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ଦକ୍ଷିଣ ଗୁଜରାଟ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଏବଂ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଲଘୁଚାପ(low Pressure) କ୍ଷେତ୍ର ସୃଷ୍ଟି ହୋଇଛି।
ଏନେଇ ଆସନ୍ତା ୧୯ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଉପକୂଳକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।
ट्रेन्डिंग फोटोज़