Heavy Rain Alert in Odisha: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ଉତ୍ତର ଓଡିଶା ଓ ଏହାର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ବଙ୍ଗୋପସାଗର ନିକଟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଆଉ କିଛି ସମୟରେ ସୃଷ୍ଟି ହେବ ଲଘୁଚାପ। ଯାହାର ପ୍ରଭାବରେ ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ମଙ୍ଗବାର ୧ ତାରିଖରେ ୭ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୭ ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଉଛି ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ।
ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ସେପଟେ ଆଜିଠୁ ତିନି ଦିନ ସମୁଦ୍ର ଅଶାନ୍ତ ରହିବ, ଏ ନେଇ ମତ୍ସ୍ୟଜୀବିଙ୍କୁ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି।
୬ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ପ୍ରଭାବ ଲାଗିରହିବ। ଉତ୍ତର-ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ट्रेन्डिंग फोटोज़