Heavy Rain Alert in Odisha: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି।
ମଙ୍ଗଳବାର ଜୁଲାଇ ୩୦ ତାରିଖରେ ୧୮ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୮ ଜିଲ୍ଲା ହେଉଛି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି।
ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ(Bhadrak), ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।
ସେପଟେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଉତ୍କଟ ସ୍ଥିତିରେ ପହଞ୍ଚିଛି। ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ଦୁଇ ଦିନ ପାଇଁ ଭଦ୍ରକ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ସ୍କୁଲ ଗୁଡିକୁ ଛୁଟି ଘୋଷଣା କରିଦିଆଯାଇଛି।
ट्रेन्डिंग फोटोज़