Heavy Rain Alert: ରାଜ୍ୟରେ ଲାଗି ରହିଛି ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ଣ ସମୟୟରେ କିଛି କିଛି ସ୍ଥାନରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି।
ଶନିବାର ୬ ତାରିଖରେ ସମସ୍ତ ୩୦ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୩୦-୪୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି କରାଯାଇଛି।
ସେପଟେ ଜୁନ୍ ୧୧ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ହେତୁ ରାଜ୍ୟକୁ ପୂର୍ବା ପବନ ବହିବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ।
୧୦ ତାରିଖରୁ ବାୟୁର ଦିଗ ପରିବର୍ତ୍ତନ ହେବ ଏବଂ ୧୧ କିମ୍ବା ୧୨ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ବଳୟ ସୃଷ୍ଟି ହେବା ସହ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ट्रेन्डिंग फोटोज़