Advertisement
Photo Details/zeeodisha/odisha2874138
photoDetails0hindi

Weather News: ପାଣିପାଗ ବିଭାଗର ତାଜା ଅପଡେଟ୍, ଏହିସବୁ ସ୍ଥାନରେ ହେବ ପ୍ରବଳ ବର୍ଷା !

ଏକ ଲଘୁଚାପ ଅଞ୍ଚଳ ଗଠନକୁ ଦୃଷ୍ଟିରେ ରଖି, ୧୨ ଅଗଷ୍ଟ ୨୦୨୫ ଏବଂ ୧୩ ଅଗଷ୍ଟ ୨୦୨୫ ରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

1/9

୧୩ ଅଗଷ୍ଟ ୨୦୨୫ ସୁଦ୍ଧା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

2/9

ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ଦକ୍ଷିଣ ଉପକୂଳ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି ।

3/9

୧୦ ଅଗଷ୍ଟ ସକାଳ ୮ଟା ୩୦ ମଧ୍ୟରେ ଗଞ୍ଜାମ, ଗଡପତି ଓ ନୟାଗଡ ଜିଲ୍ଲାର ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଝଟକାପବନ ମଧ୍ୟ ମାରିପାରେ । ଏସବୁ ସ୍ଥାନକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

4/9

ସେହିପରି ୧୦ ଅଗଷ୍ଟରୁ ୧୧ ଅଗଷ୍ଟ ସକାଳ ୮ଟା୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡା, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ ଝଟକା ପବନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

5/9

ସେହିପରି ୧୧ ଅଗଷ୍ଟରୁ ୧୨ ଅଗଷ୍ଟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏସବୁ ସ୍ଥାନରେ ଝଟକା ପବନ ସହ ବଜ୍ରପାତର ସମ୍ଭାବନା ରହିଛି ।

6/9

୧୨ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ କୋରାପୁଟ ଓ ମାଲକାନଗିରିକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଓ ଘଡଘଡି ନେଇ ଅରେଞ୍ଜ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

7/9

ସେହିପରି ୧୨ ତାରିଖରୁ ୧୩ ତାରିଖ ମଧ୍ୟରେ ୟେଲୋ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡା । ଏସବୁ ସ୍ଥାନରେ ଝଟକା ପବନ ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି ।

8/9

୧୩ରୁ ୧୪ ଅଗଷ୍ଟ ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ ଜାରି କରାଯାଇଛି । ଝଟକା ପବନ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

9/9

୧୩ରୁ ୧୪ ଅଗଷ୍ଟ ମଧ୍ୟରେ ରାୟଗଡା, ଗଡପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳକୁ ବଜ୍ରପାତ ଏବଂ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

;