Heavy rain in Odisha: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଧିରେ ଧିରେ ଉତ୍ତର ମୁହାଁ ହେବାର ସମ୍ଭାବନା ରହିଛି। ସେପଟେ ମୌସୁମୀ ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଦେଖିବାକୁ ମିଳିଛି।
ବୁଧବାର ୨୮ ତାରିଖ ପାଇଁ ୨୬ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ ୪ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୪୦-୫୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି କରାଯାଇଛି।
ରାଜ୍ୟରେ ଆଗାମୀ ୬ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଅଧିକାଂଶ ସ୍ଥାନରେ ବର୍ଷା ସହିତ ପବନ ବହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
ଅନ୍ୟପଟେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ।
କିନ୍ତୁ ଏହି ଲଘୁଚାପ ବାତ୍ୟା ରୂପ ନେବାର ସମ୍ଭାବନା କୌଣସି ସମ୍ଭାବନା ନଥିବା କହିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା।
ट्रेन्डिंग फोटोज़