Odisha Panipaga Report: ରାଜ୍ୟରେ ଲାଗି ରହିଛି କାଳବୈଶାଖୀ ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ଣ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। ଅନେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଦେଖିବାକୁ ମିଳିଛି।
ଆସନ୍ତା କାଲି ବୁଧବାର ୨୦ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ୟେଲୋ ଆଲର୍ଟ ଜାରି କରାଯାଇଥିବା ୨୦ ଜିଲ୍ଲା ହେଉଛି ମୟୂରଭଞ୍ଜ, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ନୁଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ସୁନ୍ଦରଗଡ଼, କଟକ, ନୟାଗଡ଼ ଓ କେନ୍ଦୁଝର।
ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୪୦-୫୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି କରାଯାଇଛି।
ସେପଟେ ବର୍ଷା ପ୍ରଭାବରେ ରାଜ୍ୟରେ ତାତି ହ୍ରାସ ପାଇଥିବା ଦେଖିବାକୁ ମିଳିଛି।
ट्रेन्डिंग फोटोज़