Odisha Weather Report:ଭୁବନେଶ୍ବର: ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ସଦୃଶ ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ପରିସରରୁ ଏକ ଟ୍ରଫ୍ ଲାଇନ୍ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ ଓ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ଉତ୍ତର ପୂର୍ବ-ବାଂଲାଦେଶ ଯାଏ ପ୍ରବାହିତ ହୋଇଛି।
ମୌସୁମୀ ଟ୍ରଫ୍ ଏବେ ସମୁଦ୍ର ପତ୍ତନରେ ବିକାନେର, କୋଟା, ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ, ଡାଲଟନଗଞ୍ଜ, ଦୀଘା ଉପରେ ଥିବା ସଦୃଶ ଲଘୁଚାପ କ୍ଷେତ୍ର ଦେଇ ଗତି କରିବ।
ସେଠାରୁ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି।
ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ଧରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା, ପବନ ସହ ବଜ୍ରପାତର ସମ୍ଭାବନା ରହିଛି।
ପରବର୍ତ୍ତୀ ୪ ଦିନ ଧରି ଉତ୍ତର ଓଡ଼ିଶାର ର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ରାଜ୍ୟର ୬ଟି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।
ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ବନ୍ୟା ଯୋଗୁ ୧୧ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି।
ମୟୂରଭଞ୍ଜ ଓ ବାଲେଶ୍ବରରେ ବନ୍ୟା ପ୍ରକୋପ ଅଧିକ ଥିବାରୁ ୯ଟି ଆଶ୍ରୟସ୍ଥଳୀକୁ ପ୍ରାୟ ୧ହଜାରରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି।
ट्रेन्डिंग फोटोज़