Odisha Weather Updates: ଭୁବନେଶ୍ୱର: ଚଳିତ ମାସ ଶେଷ ବେଳକୁ ଉତ୍ତର ବଙ୍ଗୋପସାଗରର ଉପରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଦକ୍ଷିଣ ପଶ୍ଚିମ ମୌସୂମୀ ବାୟୁ ଅଗ୍ରସର ହେବ ସହିତ ଏହା ପ୍ରଭାବରେ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପ ସାଗରରେ ଏକ ଘୁର୍ଣ୍ଣି ବଳୟ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରାରେ ପ୍ରାୟ ୪ରୁ ୫ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇଛି।
ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରାୟ ୨-୩ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇଛି।
ଓଡ଼ିଶାର ଅନ୍ୟ କୌଣସି ଜିଲ୍ଲାରେ କୌଣସି ବଡ଼ ପରିବର୍ତ୍ତନ ହୋଇନାହିଁ। ତେବେ ଗତକାଲି ରାଜ୍ୟରେ ବୌଦ୍ଧ ସର୍ବାଧିକ ୪୨.୫ ଡିଗ୍ରୀ ସହିତ ଉତ୍ତପ୍ତ ସହର ରହିଥିଲା।
ସେହିପରି ଆଜି ପାଇଁ କେନ୍ଦୁଝର, ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ନୂଆପଡ଼ା, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାପାଇଁ ଅରେଞ୍ଜ ଆର୍ଲଟ ଜାରି କରାଯାଇଛି।
କେନ୍ଦ୍ରାପଡ଼ା, ଜଗତସିଂହପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, କନ୍ଧମାଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଢେଙ୍କାନାଳ, ଯାଜପୁର ଓ ସୁନ୍ଦରଗଡ଼ ଜିଲ୍ଲାପାଇଁ ଆଜି ଆର୍ଲଟ ଜାରି କରାଯାଇଛି। ଏହି ସବୁ ସ୍ଥାନରେ ଆଜି ଘଡ଼ଘଡ଼ି ସହିତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏପରିକି ଏହି ସବୁ ଜିଲ୍ଲାରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ସେହିପରି ଆସନ୍ତା କାଲି ଅର୍ଥାତ ୧୭ ତାରିଖ ଶନିବାର ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ନୟାଗଡ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟାହ୍ନ/ ସନ୍ଧ୍ୟା ସମୟରେଗୋଟିଏ କିମ୍ବା ଦୁଇଟି ସ୍ଥାନରେବିଜୁଳି ଘଡଘଡି ସହ ଝଟକା ପବନର ବେଗ ୪୦ ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି।
ନୂଆପଡା, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ସୋନପୁର, କଳାହାଣ୍ଡି, କନ୍ଧାମାଳ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରେ ମଧ୍ୟାହ୍ନ କିମ୍ବା ସନ୍ଧ୍ୟା ସମୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ପବନର ଝଟକା ଲାଗିପାରେ।
ସନ୍ଧ୍ୟା ସମୟରେ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ପବନ ବହିବାର ସମ୍ଭାବନା ରହିଛି।
ରବିବାର ଦିନ ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ସନ୍ଧ୍ୟା ସମୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନର ବେଗ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟାହ୍ନ କିମ୍ବା ସନ୍ଧ୍ୟାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିବ ବର୍ଷା ହେବାର ସମ୍ଭାବନା ରହିଛି।
ट्रेन्डिंग फोटोज़