Advertisement
Photo Details/zeeodisha/odisha2830569
photoDetails0hindi

Odisha Weather Updates: ଆଗାମୀ ୩ ଦିନ ପ୍ରବଳ ବର୍ଷିବ, ସତର୍କତା ଜାରି କଲା ପାଣିପାଗ ବିଭାଗ

Odisha Weather Updates: ଭୁବନେଶ୍ୱର: ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଫଳରେ ଆଜି ପାଇଁ କିଛି ସ୍ଥାନରେ ରେଡ ଆର୍ଲଟ ଜାରି କରିଛି ବିଭାଗ। ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି କି ମଧ୍ୟାହ୍ନ ପରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏନେଇ ବିଭିନ୍ନ ଜିଲ୍ଲାକୁ ରେଡ୍, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

1/7

2/7

ଆଜି ଜୁଲାଇ ୮ ତାରିଖ ପାଇଁ କିଛି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ନୂଆପଡ଼ା, ବରଗଡ଼ ଏବଂ ବଲାଙ୍ଗୀର ଜିଲ୍ଲାର ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଅତ୍ୟନ୍ତ ପ୍ରବଳ ବର୍ଷା ହେବ। ଏହା ସହିତ ୩୦ ରୁ ୪୦ କିମି ବେଗରେ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । 

3/7

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

4/7

ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

5/7

୯ ତାରିଖରେ ମଧ୍ୟ ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ା ଭଳି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କତା ଅବଲମ୍ବନ କରିବାକୁ କହିଛି ବିଭାଗ। ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଝଟକା ପବନ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର 

6/7

ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୧୦ ତାରିଖ ପାଇଁ ପୀତ ସତର୍କତା ଜାରି କରାଯାଇଛି।

7/7

ଜୁଲାଇ ୧୧ ଏବଂ ୧୨ ତାରିଖରେ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

;