Odisha Weather Updates: ଭୁବନେଶ୍ଵର: କେନ୍ଦ୍ରୀୟ ବଙ୍ଗୋପସାଗର ଉପର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ୮ ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ।

ଏଥି ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ସ୍ପଷ୍ଟ ହେବା ଫଳରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବା ରାଜ୍ୟର ଅନେକାଂଶରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।
କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ବି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆଜିଠାରୁ ୧୫ ତାରିଖ ଯାଏଁ ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ଏଣୁ ଏହି ଦୁଇ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଥିସହ ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାଣ୍ଡିଂ ଜାରି ହୋଇଛି।
ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ପରବର୍ତ୍ତୀ ୨ ଦିନ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହେବା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତରପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା ଉପକୂଳସ୍ଥ ସମୁଦ୍ର ଅଶାନ୍ତ ରହିବ।
ଆସନ୍ତା ୪ ଦିନ ଅର୍ଥାତ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି।
ट्रेन्डिंग फोटोज़